ସାହିତ୍ୟ ଦର୍ପଣ ପକ୍ଷରୁ ମହାବିନାୟକ କବିତା ଉତ୍ସବ

ଚଣ୍ଡିଖୋଲ,୧୯ା୮(ଡି.ଏନ୍‌.ଏ.):  ଚଣ୍ଡିଖୋଲସ୍ଥିତ ବିଜୁ କଲ୍ୟାଣ ମଣ୍ଢପ ପରିସରରେ ସାହିତ୍ୟ ଦର୍ପଣ ପର୍ତିକା ପକ୍ଷରୁ ରବିବାର ରାଜ୍ୟସ୍ତରୀୟ ମହାବିନାୟକ କବିତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉତ୍ସବକୁ ଉଦ୍‌ଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ବ୍ୟଙ୍ଗ କବି ଜ୍ଞାନ ହୋତା ଯୋଗଦେଇଥିଲେ। ସମ୍ମାନୀୟ ଅତିଥି ଭାବେ ପ୍ରଫେସର ଗୌତମ ଜେନା, ସୁଚେତା ମିଶ୍ର, ପ୍ରସନ୍ନ କୁମାର ବେହୁରା ପ୍ରମୁଖ ଯୋଗ ଦେଇଥିଲେ। ସାହିତ୍ୟ ଦର୍ପଣ ପତ୍ରିକାର ମୁଖ୍ୟ ସମ୍ପାଦକ ତ୍ରିଲୋଚନ ରାଉତଙ୍କ ଅଧ୍ୟତାରେ ଅନୁଷ୍ଠିତ ଉତ୍ସବରେ ସମ୍ପାଦକ ବିମଳ ପତି ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ଅଭ୍ୟର୍ଥନା କମିଟିର ସଭାପତି ଗଣେଶ୍ୱର ବରାଳ ଅତିଥି ପରିଚୟ ପ୍ରଦାନ କରିଥିଲେ। ସଞ୍ଜୟ କୁମାର ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ। ଅପରାହ୍ନରେ କବି ଭକ୍ତଚରଣ ସାହୁ, ଡ. ପ୍ରଜ୍ଞାପ୍ରବର୍ତ୍ତିକା ଦାସ ଓ ଡ. ପୁଷ୍ପଲତା ରଥଙ୍କ ସଂଯୋଜନାରେ କବିତା ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ବହୁ ବିଶିଷ୍ଟ କବି ଯୋଗ ଦେଇ ସ୍ବରଚିତ କବିତା ପାଠ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବରିଷ୍ଠ ପୋଲିସ ଅଧିକାରୀ କେଦାର ନାଥ ସାହୁ, ବରଦା ପ୍ରସନ୍ନ ତ୍ରୀପାଣୀ, ନିର୍ମଳ ମହାରଣା, ସାଗରୀକା ସାହୁ ଓ ସତ୍ୟବ୍ରତ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri