ସିଂହଦ୍ୱାର ସମ୍ମୁଖରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ

ପୁରୀ ଅଫିସ,୨୧।୭: ପୁରୀ ଜିଲା ପ୍ରଶାସନର ନିଷ୍ପତ୍ତି ମୁତାବକ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦେଖିବାକୁ ମିଳିଥିଲା ଆଧ୍ୟାତ୍ମିକ କାର୍ଯ୍ୟକ୍ରମ । ଉପଜିଲାପାଳ ଭବତାରଣ ସାହୁ ଦୀପ ଦାନ କରି ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ପ୍ରଥମେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପରିକ୍ରମା କରାଯାଇଥିଲା। ଏହାପରେ ସିଂହଦ୍ୱାର ସମ୍ମୁଖ ଅଞ୍ଚଳରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଗୋଟିପୁଅ ନୃତ୍ୟ, ମେଢ ନୃତ୍ୟ ସାଙ୍ଗକୁ ରଙ୍ଗୋଲି, ଝୋଟି ଆଉ ପେଣ୍ଟିଂ ମଧ୍ୟ ଦେଖିବାକୁ ମିଳିଥିଲା । ବିଭିନ୍ନ ଅନୁଷ୍ଠାନର ଶିଳ୍ପୀମାନେ ଏଥିରେ ଭାଗ ନେଇଥିଲେ। ପ୍ରାୟ ୨ ଘଣ୍ଟା ଧରି ଏମିତି ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମକୁ ଶ୍ରଦ୍ଧାଳୁ ଏବଂ ସ୍ଥାନୀୟ ଲୋକେ ଉପଭୋଗ କରିଥିଲେ । ଏଣିକି ପ୍ରତି ରବିବାର ସକାଳେ ଏହି କାର୍ଯ୍ୟକ୍ରମ ଚାଲିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଜଗନ୍ନାଥ ସଂସ୍କୃତି ସମ୍ବନ୍ଧୀୟ ଏହି କାର୍ଯ୍ୟକ୍ରମ ପ୍ରତି ରବିବାର ସକାଳ ୬ଟାରୁ ୮ଟା ଯାଏ ଅନୁଷ୍ଠିତ ହେବ ବୋଲି ଉପଜିଲାପାଳ ସାହୁ କହିଛନ୍ତି ।
ସିଂହଦ୍ୱାର ସମ୍ମୁଖ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ଅଞ୍ଚଳକୁ ବ୍ୟାରିକେଡିଂ କରାଯାଇଛି । କୌଣସି ଉଠାଦୋକାନୀ କିମ୍ବା ଭିକାରିଙ୍କୁ ବସା ଯାଉ ନ ଥିବାବେଳେ ଗାଡି ପାର୍କିଂ ଉପରେ ମଧ୍ୟ କଟକଣା ଲଗାଯାଇଛି । ଭକ୍ତମାନେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରୁ ପାଦରେ ଚାଲି ଚାଲି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଫେରୁଛନ୍ତି । ବ୍ୟାରିକେଡିଂ ହୋଇଥିବା ଫାଙ୍କା ଜାଗାରେ ଏହିଭଳି ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପ୍ରତ୍ୟେକ ରବିବାର ସକାଳେ କରାଯିବା ଲାଗି ସ୍ଥିର ହୋଇଥିବା ବେଳେ ଏହା ଶୁଭାରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri