ସିଂହଦ୍ୱାର ସମ୍ମୁଖରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ

ପୁରୀ ଅଫିସ,୨୧।୭: ପୁରୀ ଜିଲା ପ୍ରଶାସନର ନିଷ୍ପତ୍ତି ମୁତାବକ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦେଖିବାକୁ ମିଳିଥିଲା ଆଧ୍ୟାତ୍ମିକ କାର୍ଯ୍ୟକ୍ରମ । ଉପଜିଲାପାଳ ଭବତାରଣ ସାହୁ ଦୀପ ଦାନ କରି ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ପ୍ରଥମେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପରିକ୍ରମା କରାଯାଇଥିଲା। ଏହାପରେ ସିଂହଦ୍ୱାର ସମ୍ମୁଖ ଅଞ୍ଚଳରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଗୋଟିପୁଅ ନୃତ୍ୟ, ମେଢ ନୃତ୍ୟ ସାଙ୍ଗକୁ ରଙ୍ଗୋଲି, ଝୋଟି ଆଉ ପେଣ୍ଟିଂ ମଧ୍ୟ ଦେଖିବାକୁ ମିଳିଥିଲା । ବିଭିନ୍ନ ଅନୁଷ୍ଠାନର ଶିଳ୍ପୀମାନେ ଏଥିରେ ଭାଗ ନେଇଥିଲେ। ପ୍ରାୟ ୨ ଘଣ୍ଟା ଧରି ଏମିତି ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମକୁ ଶ୍ରଦ୍ଧାଳୁ ଏବଂ ସ୍ଥାନୀୟ ଲୋକେ ଉପଭୋଗ କରିଥିଲେ । ଏଣିକି ପ୍ରତି ରବିବାର ସକାଳେ ଏହି କାର୍ଯ୍ୟକ୍ରମ ଚାଲିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଜଗନ୍ନାଥ ସଂସ୍କୃତି ସମ୍ବନ୍ଧୀୟ ଏହି କାର୍ଯ୍ୟକ୍ରମ ପ୍ରତି ରବିବାର ସକାଳ ୬ଟାରୁ ୮ଟା ଯାଏ ଅନୁଷ୍ଠିତ ହେବ ବୋଲି ଉପଜିଲାପାଳ ସାହୁ କହିଛନ୍ତି ।
ସିଂହଦ୍ୱାର ସମ୍ମୁଖ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ଅଞ୍ଚଳକୁ ବ୍ୟାରିକେଡିଂ କରାଯାଇଛି । କୌଣସି ଉଠାଦୋକାନୀ କିମ୍ବା ଭିକାରିଙ୍କୁ ବସା ଯାଉ ନ ଥିବାବେଳେ ଗାଡି ପାର୍କିଂ ଉପରେ ମଧ୍ୟ କଟକଣା ଲଗାଯାଇଛି । ଭକ୍ତମାନେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରୁ ପାଦରେ ଚାଲି ଚାଲି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଫେରୁଛନ୍ତି । ବ୍ୟାରିକେଡିଂ ହୋଇଥିବା ଫାଙ୍କା ଜାଗାରେ ଏହିଭଳି ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପ୍ରତ୍ୟେକ ରବିବାର ସକାଳେ କରାଯିବା ଲାଗି ସ୍ଥିର ହୋଇଥିବା ବେଳେ ଏହା ଶୁଭାରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri