ସିଂହଳା ଗ୍ରାମରେ ହାତୀପଲଙ୍କ ଉପଦ୍ରବ

ଗୋପାଳପୁର,୨୩ା୧- ଗୋଳନ୍ଥରା ଥାନା ଅଞ୍ଚଳର ଗୋବିନ୍ଦ ନଗର, କୃଷ୍ଣନଗର, ଏରେଣ୍ଡା, ଭାଲିଆଗଡ଼, ଗୋବିନ୍ଦନଗର, ରାଧାମୋହନପୁର, ଝିଙ୍କିପଦର ଆଦି ଗ୍ରାମରେ ଗତ ୧୫ ଦିନ ହେଲା ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ବନ ବିଭାଗ ହାତୀ ଘଉଡ଼ାଇବାକୁ ଉଦ୍ୟମ କରି ନାକେଦମ ହୋଇ ପଡ଼ିଲେଣି। ଗତ ୨ଦିନ ହେଲା ୧୪ଟି ହାତୀ ଟାମଣା ଜଙ୍ଗଲରେ ଘୁରି ବୁଲୁଛନ୍ତି। ହାତୀପଲ ଟାମଣା ରାସ୍ତା ପାର ହେଉଥିବା ମଧ୍ୟ ବନ ବିଭାଗ କର୍ମଚାରୀ ଦେଖିଥିବା ସୂଚନା ମିଳିଛି। ମଙ୍ଗଳବାର ମଧ୍ୟରାତ୍ରରେ ସିଂହଳା ଗ୍ରାମର ଭାଲୁ ଗୌଡ଼ଙ୍କ ଜମିରେ ୧୫ ଭରଣ ଧାନ, କଦଳୀ ଗଛ, ପନିପରିବା ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରି ଦେଇଛନ୍ତି। ବୁଧବାର ଭୋର ସମୟରେ ଭାଲୁ ଜମିକୁ ଯାଇଥିବାବେଳେ ହାତୀପଲ ଥିବା ଦେଖିବାକୁ ପାଇଥିଲେ। ଫଳରେ ଲୋକେ ସନ୍ଧ୍ୟା ହେଲେ ଘରୁ ବାହାରିବାକୁ ଭୟ କରୁଛନ୍ତି। ଏ ନେଇ ଜିଲା ବନ ବିଭାଗ ଅଧିକାରୀ ଅମ୍ଲାନ ନାୟକଙ୍କୁ ପଚାରିବାରୁ ଗତ ୧୫ ଦିନ ହେବ ଚିକିଟି ଅଞ୍ଚଳରେ ଏହି ହାତୀ ପଲ ବୁଲୁଥିଲେ। ସେଠାରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ହୋଇଛି। ଚାଷୀମାନେ ଆବେଦନ କଲେ କ୍ଷତିପୂରଣ ମିଳିବ। ହାତୀପଲ ଟାମଣା ଓ କୁସୁମୀ ଅଞ୍ଚଳରେ ଘୁରି ବୁଲୁଛନ୍ତି। ଦିଗପହଣ୍ଡି ଓ ବଡ଼ଗଡ଼ ଅଞ୍ଚଳକୁ ଘଉଡ଼ାଇବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଉଛି। ଏଥିସହ ଅଞ୍ଚଳରେ ୨୪ ଘଣ୍ଟିଆ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri