ସିଂହଳା ଗ୍ରାମରେ ହାତୀପଲଙ୍କ ଉପଦ୍ରବ

ଗୋପାଳପୁର,୨୩ା୧- ଗୋଳନ୍ଥରା ଥାନା ଅଞ୍ଚଳର ଗୋବିନ୍ଦ ନଗର, କୃଷ୍ଣନଗର, ଏରେଣ୍ଡା, ଭାଲିଆଗଡ଼, ଗୋବିନ୍ଦନଗର, ରାଧାମୋହନପୁର, ଝିଙ୍କିପଦର ଆଦି ଗ୍ରାମରେ ଗତ ୧୫ ଦିନ ହେଲା ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ବନ ବିଭାଗ ହାତୀ ଘଉଡ଼ାଇବାକୁ ଉଦ୍ୟମ କରି ନାକେଦମ ହୋଇ ପଡ଼ିଲେଣି। ଗତ ୨ଦିନ ହେଲା ୧୪ଟି ହାତୀ ଟାମଣା ଜଙ୍ଗଲରେ ଘୁରି ବୁଲୁଛନ୍ତି। ହାତୀପଲ ଟାମଣା ରାସ୍ତା ପାର ହେଉଥିବା ମଧ୍ୟ ବନ ବିଭାଗ କର୍ମଚାରୀ ଦେଖିଥିବା ସୂଚନା ମିଳିଛି। ମଙ୍ଗଳବାର ମଧ୍ୟରାତ୍ରରେ ସିଂହଳା ଗ୍ରାମର ଭାଲୁ ଗୌଡ଼ଙ୍କ ଜମିରେ ୧୫ ଭରଣ ଧାନ, କଦଳୀ ଗଛ, ପନିପରିବା ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରି ଦେଇଛନ୍ତି। ବୁଧବାର ଭୋର ସମୟରେ ଭାଲୁ ଜମିକୁ ଯାଇଥିବାବେଳେ ହାତୀପଲ ଥିବା ଦେଖିବାକୁ ପାଇଥିଲେ। ଫଳରେ ଲୋକେ ସନ୍ଧ୍ୟା ହେଲେ ଘରୁ ବାହାରିବାକୁ ଭୟ କରୁଛନ୍ତି। ଏ ନେଇ ଜିଲା ବନ ବିଭାଗ ଅଧିକାରୀ ଅମ୍ଲାନ ନାୟକଙ୍କୁ ପଚାରିବାରୁ ଗତ ୧୫ ଦିନ ହେବ ଚିକିଟି ଅଞ୍ଚଳରେ ଏହି ହାତୀ ପଲ ବୁଲୁଥିଲେ। ସେଠାରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ହୋଇଛି। ଚାଷୀମାନେ ଆବେଦନ କଲେ କ୍ଷତିପୂରଣ ମିଳିବ। ହାତୀପଲ ଟାମଣା ଓ କୁସୁମୀ ଅଞ୍ଚଳରେ ଘୁରି ବୁଲୁଛନ୍ତି। ଦିଗପହଣ୍ଡି ଓ ବଡ଼ଗଡ଼ ଅଞ୍ଚଳକୁ ଘଉଡ଼ାଇବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଉଛି। ଏଥିସହ ଅଞ୍ଚଳରେ ୨୪ ଘଣ୍ଟିଆ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri