ସିଆର୍‌ପିଏଫ୍‌କୁ ଜାଗା ଦେବାରୁ ଗ୍ରାମବାସୀଙ୍କ ବିରୋଧ

ବାଲିଗୁଡା,୧୧ା୧୦(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗଁା ବ୍ଲକ ମହାସିଙ୍ଗ ପଞ୍ଚାୟତରେ ଏକ ଜାଗାକୁ ସରକାର କେନ୍ଦ୍ରୀୟ ସଂରକ୍ଷଣ ପୋଲିସ ବାହିନୀ (ସିଆର୍‌ପିଏଫ୍‌)କୁ କ୍ୟାମ୍ପ କରିବାକୁ ଦେଇଥିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଗ୍ରାମବାସୀଙ୍କ କହିବା ପ୍ରକାରେ ଏହି ପଞ୍ଚାୟତରେ ପ୍ରାୟ ୬ହଜାରୁ ଅଧିକ ଲୋକ ବସବାସ କରନ୍ତି। ସରକାର ଘୋଷଣା କରିଥିବା ୧୬ଆର୍‌ (୧ଏକର-୪ଶହ ଆର୍‌) ଜାଗା କାହାକୁ ମଧ୍ୟ ମିଳିନାହିଁ। ଏହାର ସମାଧାନ ନକରି କେନ୍ଦ୍ରୀୟ ସଂରକ୍ଷଣ ପୋଲିସ ବାହିନୀକୁ ଦିଆଯାଇଥିବାରୁ ଏହାକୁ ଆମେ ପ୍ରବଳ ବିରୋଧ କରୁଛୁ, ଉକ୍ତ ଜାଗାରେ ଯଦି କଲେଜ, ମେଡିକାଲ,କିମ୍ବା ବିଦ୍ୟାଳୟ କରାଯିବ ତେବେ ଦିଆଯିବ ବୋଲି ଗ୍ରାମର ସରପଞ୍ଚ ନୀଳିମା ମଳିକ, ନାଏବ ସରପଞ୍ଚ ପାଜୀତ ପାତ୍ର, ପଞ୍ଚାୟତ ସ୍ତରୀୟ ସଭାନେତ୍ରୀ ସୁଷମା ବେହେରଦଳେଇ ଓ ପଞ୍ଚାୟତର ସମସ୍ତ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଭାପତି, ସମ୍ପାଦକ, ସଦସ୍ୟ ପ୍ରମୁଖ କହିଛନ୍ତି l ଏହାର କୌଣସି ସମାଧାନ ନ ହେଲେ ଆଗାମୀ ଦିନରେ ରାସ୍ତାରୋକୋ ସହ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri