Categories: ଜାତୀୟ

ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଉପରେ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୨୪।୧୦: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ଥିବା ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଉପରେ ଗ୍ରେନେଡ୍‌ ମାଡ଼ ହୋଇଛି। ଏଥିରେ ଜଣେ ଯବାନ ଆହତ ହୋଇଛନ୍ତି। ସୁରକ୍ଷାକର୍ମୀ ଘଟଣାସ୍ଥଳକୁ ଘେରି ରହିବା ସହିତ ଏହାର ତଦନ୍ତ ଜାରି ରହିଛି। ସୂଚନାଯୋଗ୍ୟ, ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ପାକିସ୍ତାନ ନିର୍ଦ୍ଦେଶରେ ଲଗାତାର ଆତଙ୍କବାଦୀ କାର୍ଯ୍ୟକଳାପ ତଥା ଅନୁପ୍ରବେଶ ଘଟଣା ବଢ଼ିବାରେ ଲାଗିଛି। ଏହାସହିତ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ପକ୍ଷରୁ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି।

Share