ସିଇଟିରେ ହେବ ‘କ୍ରିଟିକାଲ ମେଶିନ୍‌ ଲର୍ନିଂ’ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ଦକ୍ଷତା ବିକାଶ ନିମନ୍ତେ ମୁମ୍ବାଇସ୍ଥିତ ସେମାରୁ ଚଳଚ୍ଚିତ୍ର ସଂସ୍ଥା ପକ୍ଷରୁ ଖୁବ୍‌ଶୀଘ୍ର ଭୁବନେଶ୍ୱରଠାରେ ଏକ ଦକ୍ଷତା କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏହାସହ ଟେକ୍‌ ମହିନ୍ଦ୍ରା ପକ୍ଷରୁ ସିଇଟି କଲେଜରେ ‘କ୍ରିଟିକାଲ ମେଶିନ୍‌ ଲର୍ନିଂ’ ପାଠ୍ୟକ୍ରମ ପାଇଁ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ କେନ୍ଦ୍ର ପ୍ରତିଷ୍ଠା କରାଯିବ ବୋଲି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ ସଞ୍ଜୟ କୁମାର ସିଂ କହିଛନ୍ତି। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଆନୁକୂଲ୍ୟରେ ଷ୍ଟାର୍ଟଅପ୍‌ ଓଡ଼ିଶା ଏବଂ ଆଇଟି ଲିଡରମାନଙ୍କୁ ନେଇ କଳାଭୂମିଠାରେ ଅନୁଷ୍ଠିତ ଆଲୋଚନା କାର୍ଯ୍ୟକ୍ରମରେ ଯୋଗଦେଇ ସିଂ ଉଦ୍ୟୋଗ ଭିତ୍ତିଭୂମି ପ୍ରତିଷ୍ଠା କରିବା ପାଇଁ ଦକ୍ଷତାର ବିକାଶ, ଦକ୍ଷତା ପ୍ରଶିକ୍ଷଣ ଏବଂ ଦକ୍ଷ ଯୁବଗୋଷ୍ଠୀଙ୍କ ଆବଶ୍ୟକତା ରହିଥିବା କହିଥିଲେ।
କାର୍ଯ୍ୟକ୍ରମରେ ଷ୍ଟାର୍ଟଅପ୍‌ ସଂସ୍ଥା ବିଗ୍‌ ବାସ୍କେଟ୍‌ ଏବଂ ପୋର୍ଟିଆ ପ୍ରତିଷ୍ଠାତା ଗଣେଶ କ୍ରୀଷ୍ଣନ ଏବଂ ମୀନା ଗଣେଶ ମୁଖ୍ୟ ଅତିଥିଭାବେ ଯୋଗଦେଇ ନିଜ ନିଜର ବ୍ୟବସାୟିକ ଯାତ୍ରାର ଅନୁଭୂତି ସମ୍ପର୍କରେ ଆଲୋଚନା କରିଥିଲେ। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ବ୍ୟବସାୟରେ ହେଉଥିବା ଲାଭ ଏକ ସାମାଜିକ ଦାୟିତ୍ୱବୋଧ ବୋଲି କହିଥିଲେ। ଏମ୍‌ଏସ୍‌ଏମ୍‌ଇ ସଚିବ ହେମନ୍ତ ଶର୍ମା ଷ୍ଟାର୍ଟଅପ୍‌କୁ ପ୍ରୋତ୍ସାହନ ଦେବା ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କହିଥିଲେ। କାର୍ଯ୍ୟକ୍ରମରେ ପ୍ରଯୁକ୍ତିବିଦ୍ୟା ସଚିବ ମନୋଜ ମିଶ୍ର, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଯୁଗ୍ମ ସଚିବ ଅଜୟ ନାୟକ ଓ ଶିଳ୍ପ ବିଭାଗ ନିର୍ଦ୍ଦେଶକ ପ୍ରଣବ ଜ୍ୟୋତି ନାଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri