ସିଏଏକୁ ନେଇ ପଶ୍ଚିମବଙ୍ଗ ଅଶାନ୍ତ: ହାଓଡା-ଓଡ଼ିଶା ମଧ୍ୟରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ଏସବୁ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗରେ ଉତ୍ତେଜନା ପ୍ରକାଶ ପାଇଛି। ଏହାକୁ ନେଇ ଓଡ଼ିଶା- ହାଓଡା ମଧ୍ୟରେ ରେଳ ଚଳାଚଳ ବ୍ୟାହାତ ହୋଇଛି। ବିଶେଷକରି ପଶ୍ଚିମବଙ୍ଗର ଦକ୍ଷିଣ-ପୂର୍ବ ରେଳପଥର ଖଡଗପୁର ଓ ହାଓଡା ରେଳ ସେକ୍ସନ ମଧ୍ୟରେ ସଂକ୍ରାଏଲ, ମେରିଗ୍ରାମ, ବକ୍ରା ନୟାବାଜ ଓ ନଳପୁର ଷ୍ଟେଶନମାନଙ୍କରେ ଲୋକମାନଙ୍କଦ୍ୱାରା ବିକ୍ଷୋଭ ଯୋଗୁ ଓଡ଼ିଶା ଆସୁଥିବା ଓ ଓଡ଼ିଶାରୁ ଯାଉଥିବା ଟ୍ରେନ୍‌ ପ୍ରଭାବିତ ହୋଇଛି।

*ହାଓଡାରୁ ବାତିଲ ହୋଇଥିବା ଟ୍ରେନ:-

୧.୨୦୮୮୯ ହାଓଡା-ତିରୁପତି ହମସଫର ଏକ୍ସପ୍ରେସ
୨.୨୨୮୭୭ ହାଓଡା-ଏର୍ଣ୍ଣାକୁଲମ ଅନ୍ତର୍ଦ୍ୱୟ ଏକ୍ସପ୍ରେସ
୩.୧୨୮୪୧ ହାଓଡା-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ
୪.୧୨୨୪୫ ହାଓଡା-ଯଶୋବନ୍ତପୁର ଦୂରନ୍ତ ଏକ୍ସପ୍ରେସ
୫.୧୮୬୪୫ ହାଓଡା-ହାଇଦ୍ରାବାଦ ଇଷ୍ଟ କୋଷ୍ଟ ଏକ୍ସପ୍ରେସ
୬.୧୨୮୪୭ ହାଓଡା-ପୁଣେ ଦୂରନ୍ତ ଏକ୍ସପ୍ରେସ
୭.୧୨୮୬୦ ହାଓଡା-ମୁମ୍ବାଇ ଗୀତାଞ୍ଜଳି ଏକ୍ସପ୍ରେସ

*ସଂଲଗ୍ନ ଟ୍ରେନ ବାତିଲ ଯୋଗୁ ପୁରୀରୁ ବାତିଲ ହେଉଥିବା ଟ୍ରେନ:-

୧. ୨୨୮୯୦ ପୁରୀ-ଦିଘା ଏକ୍ସପ୍ରେସ ଶନିବାର ପୁରୀଠାରୁ
୨. ୫୮୦୦୨ ପୁରୀ-ସନ୍ତ୍ରାଗାଛି ପାସେଞ୍ଜର ରବିବାର ପୁରୀରୁ
୩. ୫୮୪୦୪ ପୁରୀ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର ରବିବାର ପୁରୀରୁ

*ଆଂଶିକ ବାତିଲ ହେଉଥିବା ଟ୍ରେନ:-

୧. ଶନିବାର ପୁରୀରୁ ଛାଡିଥିବା ଶତାବ୍ଦୀ ଏକ୍ସପ୍ରେସ ହାଓଡା ପରିବର୍ତ୍ତେ ଖଡ଼ଗପୁରରୁ ଫେରିବ ଓ ଖଡ଼ଗପୁର ଓ ହାଓଡା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ।
୨. ଶନିବାର ଭୁବନେଶ୍ୱରରୁ ଛାଡିଥିବା ଜନ ଶତାବ୍ଦୀ ଏକ୍ସପ୍ରେସ ହାଓଡା ପରିବର୍ତ୍ତେ ମେଛେଦାଠାରୁ ଫେରିବ ଓ ମେଛେଦା ଓ ହାଓଡା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ।

*ସେହିଭଳି ମଧ୍ୟବର୍ତ୍ତୀ ଷ୍ଟେଶନମାନଙ୍କରେ ନିୟନ୍ତ୍ରିତ ହୋଇଥିବା ଟ୍ରେନ:-

୧. ଚେନ୍ନାଇ-ହାଓଡା କରମଣ୍ଡଳ ଏକ୍ସପ୍ରେସ ପାନ୍ସକୁରା ଠାରେ ଅଟକିଛି।
୨. ଯଶୋବନ୍ତପୁର-ହାଓଡା ଦୁରନ୍ତ ଏକ୍ସପ୍ରେସ ଭଦ୍ରକ ଠାରେ ଅଟକିଛି।
୩.  ସିକନ୍ଦରାବାଦ-ହାଓଡା ଫଲକନାମା ଏକ୍ସପ୍ରେସ ଯାଜପୁର କେନ୍ଦୁଝର ରୋଡଠାରେ ଅଟକିଛି।
୪. ପୁରୀ-ହାଓଡା ଧଉଳି ଏକ୍ସପ୍ରେସ କଟକଠାରେ ଅଟକିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ।

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri