Posted inଜାତୀୟ

ସିଏଏକୁ ନେଇ ଭାଜପା-କେରଳ ସରକାର ମୁହାଁମୁହିଁ: ‘ବିଧାନସଭାର ବିଶେଷାଧିକାର ରହିଛି’

ଥିରୁଭାନନ୍ତପୁରମ୍‌,୨ା୧: ସିଏଏକୁ ବିରୋଧ ସହ ଏହାକୁ ପ୍ରତ୍ୟାହାର କରିବା ଲାଗି କେରଳ ସରକାର ବିଧାନସଭାରେ ଏକ ପ୍ରସ୍ତାବ ଗୃହୀତ କରିବା ପରେ ଭାଜପା ପକ୍ଷରୁ ଏଭଳି ପ୍ରକ୍ରିୟାକୁ ତୀବ୍ର ସମାଲୋଚନା କରାଯାଇଛି। ମଙ୍ଗଳବାର କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ପାର୍ଲାମେଣ୍ଟରେ ଗୃହୀତ ଆଇନକୁ କାର୍ଯ୍ୟକାରୀ କରିବା ରାଜ୍ୟଗୁଡ଼ିକର ସାମ୍ବିଧାନିକ କର୍ତ୍ତବ୍ୟ ବୋଲି କହିଥିଲେ। ତେବେ ବୁଧବାର ଏହାକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ଗ୍ରହଣ କରାଯିବ ନାହିଁ ବୋଲି କହିଛନ୍ତି। ରାଜ୍ୟ ବିଧାନସଭାର ନିଜସ୍ବ ବିଶେଷାଧିକାର ରହିଛି ଓ ଏହାକୁ ବିରୋଧ କରାଯିବା ଠିକ୍‌ ନୁହେଁ ବୋଲି ସେ ମତ ଦେଇଛନ୍ତି। ଲୋକଙ୍କ ମୌଳିକ ଅଧିକାର କ୍ଷୁଣ୍ଣ ହେଉଥିବା ବିଜୟନ ଦର୍ଶାଇଛନ୍ତି। ଭାଜପା ରାଜ୍ୟ ସଭା ଏମ୍‌ପି ଜି.ଭି.ଏଲ୍‌. ନରସିଂହ ରାଓ ଗୃହର ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁଙ୍କୁ ପତ୍ର ଲେଖି ସଂସଦୀୟ ସ୍ବାଧିକାର ଭଙ୍ଗ କରାଯାଉଥିବା ଉଲ୍ଲେଖ କରିଛନ୍ତି। କେରଳ ମୁଖ୍ୟମନ୍ତ୍ରୀ ବିଜୟନ୍‌ଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଲାଗି ସେ ଦାବି କରିଛନ୍ତି। ଭାଜପା ନେତା ମୁଖ୍‌ତାର ଆବାସ ନକ୍‌ଭି କେରଳ ବିଧାନସଭାରେ ଏହି ବିଲ ପାସ୍‌ହୋଇ ପାର୍ଲାମେଣ୍ଟ ଓ ସମ୍ବିଧାନକୁ ଅପମାନିତ କରାଯାଇଛି ବୋଲି ପ୍ରକାଶ କରିଛନ୍ତି। ସମ୍ବିଧାନରେ ସ୍ପଷ୍ଟ ଭାବେ ପାର୍ଲାମେଣ୍ଟ ଓ ରାଜ୍ୟ ବିଧାନସଭାର ଭୂମିକା ସମ୍ପର୍କରେ ଉଲ୍ଲେଖ ଅଛି। ଏଭଳି ଦାୟିତ୍ୱହୀନ କାର୍ଯ୍ୟ ଦ୍ୱାରା ସାମ୍ବିଧାନିକ ପଦମର୍ଯ୍ୟାଦା ନଷ୍ଟହୋଇଛି ବୋଲି ସେ କହିଛନ୍ତି। ପ୍ରକାଶଥାଉ କି, ପଶ୍ଚିମବଙ୍ଗରେ ସିଏଏ ଓ ଏନ୍‌ଆର୍‌ସି କଦାପି ଲାଗୁ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri