Posted inଜାତୀୟ

ସିଏଏକୁ ନେଇ ଶିବସେନା ସହ ସାଲିସ ପାଇଁ ଭାଜପା ପ୍ରସ୍ତୁତ

ନାଶିକ,୧୫ା୧୨(ଆଇଏଏନ୍‌ଏସ୍‌): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) କାର୍ଯ୍ୟକାରିତାକୁ ନେଇ ଶିବସେନା ଯଦି ସହଯୋଗୀ ଦଳଠାରୁ ସମସ୍ୟାର ସମ୍ମୁଖୀନ ହୁଏ ତେବେ ମହାରାଷ୍ଟ୍ର ଭାଜପା ଉକ୍ତ ଦଳ ସହ ରାଜନୈତିକ ସାଲିସ ପାଇଁ ପ୍ରସ୍ତୁତ ବୋଲି ସୂଚନା ଦେଇଛି। ଦେଶ ତଥା ମହାରାଷ୍ଟ୍ରର ସ୍ବାର୍ଥ ପାଇଁ ସିଏଏ କାର୍ଯ୍ୟକାରିତା ଜରୁରୀ ବୋଲି ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ଆଶିଷ ଶେଲାର କହିଛନ୍ତି। ମହାରାଷ୍ଟ୍ର ଓ ଦେଶର ଅନ୍ୟ ଭାଗରେ ଅନେକ ପାକିସ୍ତାନୀ ଓ ବାଂଲାଦେଶୀ ବେଆଇନ ଭାବେ ବସବାସ କରୁଛନ୍ତି। ସେମାନଙ୍କୁ ବିଦା କରିବାକୁ ହେବ। ଏଥିପାଇଁ ସିଏଏ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଆମେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କୁ ଆହ୍ବାନ ଦେଉଛୁ। ଏଥିରେ ଯଦି ଏନ୍‌ସିପି ଏବଂ କଂଗ୍ରେସ ବାଧା ସୃଷ୍ଟି କରନ୍ତି ତେବେ ମହା ବିକାଶ ଅଘାଡ଼ି ମେଣ୍ଟରୁ ଶିବସେନା ଓହରିଆସିବାକୁ ପ୍ରସ୍ତାବ ଦିଆଯାଇଛି। ସମସ୍ତ ପ୍ରକାର ବୁଝାମଣା ପାଇଁ ଭାଜପା ପ୍ରସ୍ତୁତ ବୋଲି ଶେଲାର କହିଛନ୍ତି। ସରକାର ଭାଙ୍ଗିଯିବାକୁ ନେଇ ଚିନ୍ତା ନ କରି ସେମାନଙ୍କୁ ପ୍ରକୃତ ଶକ୍ତି ଦେଖାଇବାକୁ ସେ ଶିବସେନାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?