Posted inଜାତୀୟ

ସିଏଏକୁ ରୋକିପାରିବେନି ଦିଦି

କୋଲକାତା,୨ା୩(ପି.ଟି.): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ରୋକି ପାରିବେନି। ଶରଣାର୍ଥୀମାନଙ୍କୁ ଭାରତର ନାଗରିକତ୍ୱ ଦେବାରେ ସେ କେନ୍ଦ୍ର ସରକାରଙ୍କୁ ଅଟକାଇ ପାରିବେନି ବୋଲି ରବିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ହୁଙ୍କାର ଦେଇଛନ୍ତି। ସିଏଏର ଦୃଢ଼ ବିରୋଧୀ ଭାବେ ଜଣାଶୁଣା ମମତା ପଶ୍ଚିମବଙ୍ଗରେ ଏହାକୁ ଆଦୌ ଲାଗୁ କରିବାକୁ ଦିଆଯିବ ନାହିଁ ବୋଲି ବାରମ୍ବାର ଗର୍ଜନ କରୁଥିବାବେଳେ ତାଙ୍କୁ ଏଭଳି ଜବାବ ଦେଇଛନ୍ତି ଶାହା।
ସିଏଏ ସପକ୍ଷରେ ଆୟୋଜିତ ଏକ ସଭାକୁ ସମ୍ବୋଧନ କରି ସ୍ବରାଷ୍ଟ୍ରମନ୍ତ୍ରୀ କହିଛନ୍ତି, ବିରୋଧୀ ଦଳଗୁଡ଼ିକ ଶରଣାର୍ଥୀମାନଙ୍କୁ ନାଗରିକତ୍ୱ ପ୍ରଦାନ ପାଇଁ ଉଦ୍ଦିଷ୍ଟ ନବପ୍ରଣୀତ ଆଇନକୁ ନେଇ ମିଥ୍ୟା ଧାରଣା ସୃଷ୍ଟି କରି ଭୟଭୀତ କରାଉଛନ୍ତି। ଏହି ଆଇନକୁ ନେଇ ମମତା ନିଜ ରାଜ୍ୟରେ ଦଙ୍ଗାକୁ ଅନୁମତି ଦେଉଛନ୍ତି। ଏଠାରେ ଟ୍ରେନ୍‌ ଓ ରେଳ ଷ୍ଟେଶନଗୁଡ଼ିକୁ ଜାଳି ଦିଆଯାଇଛି। ମମତା ଦିଦି ବିରୋଧୀ ଦଳରେ ଥିବାବେଳେ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ ପ୍ରସଙ୍ଗ ଉଠାଇଥିଲେ। ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲକ୍ଷ ଲକ୍ଷ ଶରଣାର୍ଥୀଙ୍କୁ ନାଗରିକତ୍ୱ ଦେବା ଲାଗି ଆଇନ ଆଣିଥିବାବେଳେ ମମତା ଏହାକୁ ବିରୋଧ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏବେ ସେ କଂଗ୍ରେସ ଓ କମ୍ୟୁନିଷ୍ଟମାନଙ୍କ ସହ ପୁଣି ଛିଡ଼ା ହୋଇଛନ୍ତି ବୋଲି ଶାହା ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri