Posted inଜାତୀୟ

‘ସିଏଏକୁ ସମର୍ଥନ କରିଥିଲେ ମନମୋହନ’

ନୂଆଦିଲ୍ଲୀ, ୨୦।୧୨(ପି.ଟି.):ସିଏଏକୁ ନେଇ କେନ୍ଦ୍ର ସରକାର ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଜୋର୍‌ଦାର ବିରୋଧର ସମ୍ମୁଖୀନ ହେବା ପରେ ଭାଜପା ଗୁରୁବାର ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂଙ୍କ ୨୦୦୩ ବକ୍ତବ୍ୟର ଏକ ଭିଡିଓ ପୋଷ୍ଟ କରିଛି। ବାଂଲାଦେଶ ଭଳି ପଡୋଶୀ ଦେଶରୁ ଆସି ଭାରତରେ ରହୁଥିବା ସଂଖ୍ୟାଲଘୁମାନଙ୍କୁ ନାଗରିକତ୍ୱ ପ୍ରଦାନରେ ଉଦାରତା ପୋଷଣ କରିବା ସପକ୍ଷରେ ମନମୋହନ ସେତେବେଳେ ରାଜ୍ୟ ସଭାରେ ଉଦ୍‌ବୋଧନ ଦେଇଥିଲେ। ଦେଶ ବିଭାଜନ ପରେ ପଡୋଶୀ ଦେଶରେ ସଂଖ୍ୟାଲଘୁ ଧର୍ମୀୟ ଉତ୍ପୀଡନର ଶିକାର ହୋଇଥିଲେ। ଭାରତର ଶରଣ ନେଇଥିବା ସେହି ଲୋକଙ୍କ ପ୍ରତି ନୈତିକ ଆନୁଗତ୍ୟ ଦେଖାଇବା ଆମର କର୍ତ୍ତବ୍ୟ। ସେମାନଙ୍କୁ ନାଗରିକତ୍ୱ ପ୍ରଦାନ କରିବାରେ ସର୍ବାଧିକ ବଦାନ୍ୟତା ପ୍ରଦର୍ଶନ କରାଯିବା ଉଚିତ ବୋଲି ମନମୋହନ କହୁଥିବା ଭିଡିଓରେ ଦେଖାଯାଇଛି। ରାଜ୍ୟ ସଭା ଉପାଧ୍ୟକ୍ଷ ନଜମା ହେପତୁଲ୍ଲା ତତ୍କାଳୀନ ଉପପ୍ରଧାନମନ୍ତ୍ରୀ ଲାଲ୍‌କୃଷ୍ଣ ଆଡଭାନୀଙ୍କୁ କହିଥିଲେ ପାକିସ୍ତାନରେ ମଧ୍ୟ ସଂଖ୍ୟାଲଘୁ ଉତ୍ପୀଡ଼ନର ଶିକାର ହେଉଛନ୍ତି। ସେମାନଙ୍କ ଯତ୍ନ ନିଆଯିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri