ସିଏଏକୁ ସମର୍ଥନ କରି ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବ ଭାଜପା

ଭୁବନେଶ୍ୱର,୭।୨(ବ୍ୟୁରୋ): ନାଗରିକତ୍ୱ ପ୍ରଦାନ କରିବା ପାଇଁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କରାଯାଇଛି। ସିଏଏ ଦ୍ୱାରା କୌଣସି ଭାରତୀୟଙ୍କ ଅଧିକାର କ୍ଷୁଣ୍ଣ ହେବନି ବୋଲି ଓଡ଼ିଶାବାସୀ ବୁଝି ସାରିଛନ୍ତି। ସାରା ରାଜ୍ୟବାସୀ ଏବେ ଏହି ଆଇନକୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। କେନ୍ଦ୍ର ସରକାରଙ୍କ ଏହା ଏକ ଐତିହାସିକ ନିଷ୍ପତ୍ତି। ଦେଶର ଏକ ବୃହତ୍‌ ସ୍ବାର୍ଥ ଦୃଷ୍ଟିରୁ ଏଭଳି ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ପୋଷ୍ଟକାର୍ଡ ମାଧ୍ୟମରେ ଭାଜପା କାର୍ଯ୍ୟକର୍ତ୍ତାମାନେ ଧନ୍ୟବାଦ ଜଣାଇବେ। ରାଜ୍ୟର ୧୦୦୪ ମଣ୍ଡଳର ୩୭,୦୦୦ ବୁଥ୍‌ରୁ ସର୍ବନିମ୍ନ ୫୦ଜଣ କାର୍ଯ୍ୟକର୍ତ୍ତା ସିଏଏକୁ ସମର୍ଥନ କରି ପୋଷ୍ଟକାର୍ଡ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏବଂ ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବେ ବୋଲି ସମୀର ସୂଚନା ଦେଇଛନ୍ତି। ଭାଜପା ରାଜ୍ୟ ସଭାପତି ଗୁରୁବାର ପ୍ରଥମେ ପୋଷ୍ଟକାର୍ଡ ମାଧ୍ୟମରେ ଧନ୍ୟବାଦ ବାର୍ତ୍ତା ଜଣାଇଛନ୍ତି। ସମୀର କହିଛନ୍ତି ଯେ, ପ୍ରତ୍ୟେକ ଜିଲାରେ ସିଏଏ ସମ୍ପର୍କରେ ସଚେତନତା ରାଲି ଏବଂ ବିଶାଳ ଜନସମାବେଶ କରାଯାଉଛି । ଏହି ଆଇନକୁ ସମର୍ଥନ କରି ପ୍ରତ୍ୟେକ ସ୍ଥାନରେ ଜନଜାଗରଣ କାର୍ଯ୍ୟକ୍ରମ, ଜନସଭା, ସଚେତନତା ସମାବେଶ ଆଦି କରାଯାଉଛି। ଏହାସହ ଭାଜପା କାର୍ଯ୍ୟକର୍ତ୍ତାମାନେ ପ୍ରତ୍ୟେକ ସାଙ୍ଗଠନିକ ଜିଲାରେ ବୁଦ୍ଧିଜୀବୀ ସମ୍ମିଳନୀ, ପଦଯାତ୍ରା ସହ ଘରକୁ ଘର ଯାଇ ସିଏଏ ସମ୍ପର୍କିତ ତଥ୍ୟ ପ୍ରଦାନ କରି ସାଧାରଣ ଲୋକଙ୍କୁ ସଚେତନ କରୁଛନ୍ତି। କିନ୍ତୁ ବିରୋଧୀ କଂଗ୍ରେସ ସମେତ କିଛି ଆଞ୍ଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri