Posted inଜାତୀୟ

ସିଏଏର ବୈଧତା ପରଖିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୧୨,(ପି.ଟି./ଆଇଏଏନ୍‌ଏସ୍‌): ଦେଶବ୍ୟାପୀ ହିଂସାମତ୍କ ବିକ୍ଷୋଭର କାରଣ ପାଲଟିଥିବା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଉପରେ ସ୍ଥଗିତାଦେଶ ଜାରି କରିବାକୁ ବୁଧବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ତେବେ ଏହି ନବପ୍ରଣୀତ ଆଇନର ସାମ୍ବିଧାନିକ ବୈଧତା ଯାଞ୍ଚ କରିବା ଲାଗି ଅଦାଲତ ରାଜି ହେବା ସହ ଏହାକୁ ନେଇ ଜବାବ ଦାଖଲ କରିବାକୁ କେନ୍ଦ୍ର ସରକାରଙ୍କୁ ନୋଟିସ କରିଛନ୍ତି। ସିଏଏକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ପିଟିଶନଗୁଡ଼ିକର ପରବର୍ତ୍ତୀ ଶୁଣାଣି ଜାନୁୟାରୀ ୨୨ରେ କରାଯିବ ବୋଲି ସିଜେଆଇ ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ତିନିଜଣିଆ ଖଣ୍ଡପୀଠ ଧାର୍ଯ୍ୟ କରିଛନ୍ତି।
ନୂଆ ନାଗରିକତ୍ୱ ଆଇନ ଅନୁସାରେ ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଭାରତକୁ ଆସିଥିବା ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନର ଅଣମୁସ୍‌ଲିମ ଶରଣାର୍ଥୀମାନେ ଏଠାକାର ନାଗରିକତ୍ୱ ପାଇବେ। ପାଲର୍ର୍ାମେଣ୍ଟରେ ଏ ସମ୍ପର୍କିତ ବିଲ୍‌ ପାସ୍‌ ହେବା ପରେ ଡିସେମ୍ବର ୧୨ରେ ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରି ଆଇନରେ ପରିଣତ ହୋଇଛି। ଏହି ବିବାଦୀୟ ଆଇନ ବିରୋଧରେ ଇଣ୍ଡିଆନ୍‌ ୟୁନିୟନ୍‌ ମୁସ୍‌ଲିମ୍‌ ଲିଗ୍‌ ଏବଂ କଂଗ୍ରେସ ନେତା ଜୟରାମ ରମେଶଙ୍କ ସମେତ ୬୦ରୁ ଊର୍ଦ୍ଧ୍ୱ ଆବେଦନକାରୀଙ୍କ ପକ୍ଷରୁ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର ହୋଇଛି। ସିଜେଆଇଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ବି.ଆର. ଗଭାଲି ଓ ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ସେଗୁଡ଼ିକର ଶୁଣାଣି କରି ସିଏଏ ଉପରେ ସ୍ଥଗିତାଦେଶ ଜାରି କରିବାକୁ ମନାକରିଦେଇଛନ୍ତି। ସଂଶୋଧିତ ଆଇନ ସମ୍ପର୍କରେ ଲୋକେ ଅବଗତ ନ ଥିବାରୁ ଏହାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସାର୍ବଜନୀନ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦେଶର ନାଗରିକମାନଙ୍କୁ ସଚେତନ କରିବା ପାଇଁ ଶ୍ରାବ୍ୟ-ଦୃଶ୍ୟ (ଅଡିଓ-ଭିଜୁଆଲ) ମାଧ୍ୟମରେ ଆଇନ ସମ୍ପର୍କରେ ବିବରଣୀ ପ୍ରକାଶ କରିବାକୁ ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟ ଅନୁରୋଧ କରିଥିଲେ। ତେବେ ଆମେ ଏ ସମ୍ପର୍କରେ ପ୍ରକାଶ କରିବା ପାଇଁ ଖୁସି ବୋଲି ବେଣୁଗୋପାଳ ଅଦାଲତଙ୍କୁ କହିଥିଲେ। ଶୁଣାଣି ବେଳେ ଜଣେ ଆବେଦନକାରୀଙ୍କ ଓକିଲ ରାଜୀବ ଧଓ୍ବନ କହିଥିଲେ, ଏହି ଆଇନର ନିୟମଗୁଡ଼ିକ ପ୍ରସ୍ତୁତ କରାଯାଇନାହିଁ। ତେଣୁ ଏହା ଉପରେ ସ୍ଥଗିତାଦେଶ ଜାରି କରାଯାଉ। ଆଟର୍ନି ଜେନେରାଲ ବେଣୁଗୋପାଳ ଏହାକୁ ବିରୋଧ କରି କହିଥିଲେ, କୌଣସି ଆଇନକୁ ନେଇ ବିଜ୍ଞପ୍ତି ପ୍ରକାଶ ପାଇଲେ ତା’ ଉପରେ ସ୍ଥଗିତାଦେଶ ଜାରି କରାଯାଇ ପାରିବ ନାହିଁ ବୋଲି ପୂର୍ବରୁ ସୁପ୍ରିମକୋର୍ଟ ୪ ଥର ରାୟ ଦେଇସାରିଛନ୍ତି। ଏହାକୁ ନେଇ ଖଣ୍ଡପୀଠ କହିଥିଲେ ସିଏଏ ଉପରେ ଆମେ ସ୍ଥଗିତାଦେଶ ଜାରି କରିବାକୁ ଯାଉନାହୁଁ। ଜାନୁୟାରୀ ୨୨ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri