Posted inଜାତୀୟ

ସିଏଏ, ଏନ୍‌ଆର୍‌ସିକୁ ନେଇ ପୁଣି ଗର୍ଜିଲେ ଦିଦି

ନଏଡା,୪।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ନଏଡାରେ ଅନୁଷ୍ଠିତ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପୁଣିଥରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଆସାମରେ ଶହେରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ପଶ୍ଚିମବଙ୍ଗରେ ଏନ୍‌ଆର୍‌ସି ଡରରେ ୩୧-୩୨ ଲୋକଙ୍କ ମୃତ୍ୟୁ ହୋଇଛି। ଏହାପରେ ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍‌ପିଆର୍‌)କୁ ନେଇ ମମତା ପଶ୍ଚିମବଙ୍ଗବାସୀଙ୍କୁ କହିଛନ୍ତି ଯଦି କେହିବି ଆପଣଙ୍କୁ କୌଣସି କାଗଜପତ୍ର ମାଗେ ତେବେ କାହାକୁ ଏହା ଦିଅନ୍ତୁ ନାହିଁ। ଯଦି କେହି ଆପଣଙ୍କୁ ଆଧାରକାର୍ଡ ଅବା ପରିବାରର ଅନ୍ୟ କୌଣସି କାଗଜପତ୍ର ମାଗନ୍ତି ତେବେ ମୁଁ ନ କହିବା ପର୍ଯ୍ୟନ୍ତ ଏହା ଦିଅନ୍ତୁ ନାହିଁ ବୋଲି ମମତା କହିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ଯଦିଓ ମୋଦି ସରକାର ସ୍ପଷ୍ଟ କରିଛନ୍ତି କି ଦେଶରେ ଏନ୍‌ଆର୍‌ସି ଲାଗୁ କରିବାର କୌଣସି ଯୋଜନା ନାହିଁ ଏହାପରେ ବି ମମତା ମୋଦି ସରକାରଙ୍କ ଉପରେ ଗର୍ଜିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri