Posted inଜାତୀୟ

ସିଏଏ ନିଆଁରେ ଓଡ଼ିଆ ଯୁବକ

ନୂଆଦିଲ୍ଲୀ,୧୯।୧୨: ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ଉଗ୍ରରୂପ ଧାରଣ କରିଛି। ଉତ୍ତର-ପୂର୍ବରେ ଆରମ୍ଭ ହୋଇଥିବା ଆନ୍ଦୋଳନର ନିଆଁ ପଶ୍ଚିମବଙ୍ଗ ଦେଇ ରାଜଧାନୀ ଦିଲ୍ଲୀକୁ ବ୍ୟାପିଥିବାବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ ଏହାର ଶିକାର ହୋଇଛନ୍ତି ଜଣେ ଓଡ଼ିଆ ଯୁବକ। ବିକ୍ଷୋଭ ପ୍ରଦର୍ଶନ ବେଳେ ୨୫ ବର୍ଷୀୟ କାର୍ତ୍ତିକ ମେହେର ନିଜ ଦେହରେ ନିଆଁ ଲଗାଇଦେଇଛନ୍ତି। ଏଥିରେ ତାଙ୍କ ଶରୀରର ୯୦ ଭାଗ ଜଳିଯାଇଛି। ପୋଲିସ କାର୍ତ୍ତିକଙ୍କୁ ଉଦ୍ଧାର କରି ଏକ ହସ୍ପିଟାଲରେ ଭର୍ତ୍ତି କରିଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।
କେନ୍ଦ୍ର ସରକାରଙ୍କ ବିବାଦୀୟ ନାଗରିକତ୍ୱ ଆଇନକୁ ନେଇ ସାରା ଦେଶରେ ଆନ୍ଦୋଳନର ନିଆଁ ଜଳୁଛି। ଦିଲ୍ଲୀରେ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ (ଜେଏମ୍‌ଆଇୟୁ) ଛାତ୍ରୀଛାତ୍ରଙ୍କ ଉପରେ ପୋଲିସ ଜୁଲମକୁ ସବୁ ମହଲରେ ନିନ୍ଦା କରାଯାଉଛି। ଏହାସହ ସିଏଏକୁ ପ୍ରତ୍ୟାହାର କରିବା ପାଇଁ ମଧ୍ୟ ଦାବି ଜୋର୍‌ ଧରିଛି। ଏହି ପରିପ୍ରେକ୍ଷୀରେ ବୁଧବାର ସନ୍ଧ୍ୟାରେ ଦିଲ୍ଲୀର ଇଣ୍ଡିଆ ଗେଟ୍‌ରେ ଛାତ୍ରୀଛାତ୍ରମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏହି ସମୟରେ ରାଇସିନା ହିଲ୍‌ସ୍ଥିତ ରାଷ୍ଟ୍ରପତି ଭବନରୁ ଇଣ୍ଡିଆ ଗେଟ୍‌କୁ ସଂଯୋଗ କରୁଥିବା ରାଜପଥ ସଂଲଗ୍ନ ଲନ୍‌ରେ ବିକ୍ଷୋଭକାରୀମାନଙ୍କ ସହ କାର୍ତ୍ତିକ ମେହେର ଥିଲେ। ସେ ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ। ନିକଟରେ ଥିବା ଦିଲ୍ଲୀ ପୋଲିସର ପିସିଆର ଭ୍ୟାନ୍‌ରେ ତାଙ୍କୁ ରାମମନୋହର ଲୋହିଆ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କ ଶରୀରର ୯୦% ଜଳିଯାଇଥିବାରୁ ଏମର୍ଜେନ୍ସି ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। କାର୍ତ୍ତିକଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି ବୋଲି ରାମମନୋହର ହସ୍ପିଟାଲର ମେଡିକାଲ୍‌ ସୁପରିଣ୍ଟେଣ୍ଡେଣ୍ଟ ଡାକ୍ତର ମୀନାକ୍ଷୀ ଭରଦ୍ୱାଜ କହିଛନ୍ତି। ଅନ୍ୟପକ୍ଷରେ କାର୍ତ୍ତିକ ଏହି ବିକ୍ଷୋଭରେ ସାମିଲ ନ ଥିଲେ। କାର୍ତ୍ତିକଙ୍କ ମୁଣ୍ଡ ଠିକ୍‌ ନ ଥିବା ତାଙ୍କ ଭାଇ କହିଛନ୍ତି ବୋଲି ଡେପୁଟି ଡିସିପି ଐଶ୍‌ ସିଂହଲ ସଫେଇ ଦେଇଛନ୍ତି। ସେହିପରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଜଣେ ମୁଖପାତ୍ର ମଧ୍ୟ ଅନୁରୂପ ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri