Posted inଜାତୀୟ

ସିଏଏ ବିରୋଧରେ ଆର୍‌ଜେଡିର ବିକ୍ଷୋଭ ପ୍ରଦର୍ଶନ: ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ପାଟନା,୨୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଜାରି ରହିଥିବା ବିକ୍ଷୋଭ ଉତ୍ତରପ୍ରଦେଶ, ଗୁଜରାଟ, ଦିଲ୍ଲୀ, କର୍ନାଟକ, ଆସାମ ପରେ ଏବେ ବିହାରରେ ଏହାର ନିଆଁ ତେଜିବାରେ ଲାଗିଛି। ଏହାକୁ ନେଇ ବିହାରରେ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ ଶନିବାର ରାଜ୍ୟର ମୁଖ୍ୟ ବିରୋଧୀ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ପକ୍ଷରୁ ସହରରେ ବନ୍ଦ ଡାକରା ଦିଆଯାଇଛି। ସକାଳୁ ସହରର ବିଭିନ୍ନ ସ୍ଥାନରେ ଆର୍‌ଜେଡିର କର୍ମକର୍ତ୍ତାମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଟାୟାର ଜଳାଇ ରାସ୍ତାରୋକୋ କରିଥିଲେ। ଜହାନାବାଦରେ କର୍ମକର୍ତ୍ତାମାନେ କୋର୍ଟ ଷ୍ଟେଶନରେ ରେଲଓ୍ବେ ଟ୍ରାକ୍‌ରେ ନିଆଁ ଲଗାଇ ଟ୍ରେନ୍‌ ଚଳାଚଳକୁ ବନ୍ଦ କରିଥିବା ଜଣାପଡ଼ିଛି। ସେହିପରି ଭାଗଲପୁରରେ ପ୍ରାୟ ଦେଢ଼ଘଣ୍ଟା ଧରି ବିକ୍ଷୋଭ କରାଯିବା ସହ ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ କର୍ମକର୍ତ୍ତା। ଏଥିସହ ରାସ୍ତାରେ ଯାଉଥିବା ଯାନବାହନକୁ ମଧ୍ୟ ଭଙ୍ଗାରୁଜା କରିବା ସହ କେତେକ ଗାଡିରୁ ପ୍ରେସର କାଢ଼ି ଦେଇଥିଲେ। କେବଳ ସେତିକି ନୁହେଁ କର୍ମକର୍ତ୍ତାମାନେ ସହରରେ ଜବରଦସ୍ତି ଦୋକାନ ବଜାର ବନ୍ଦ କରାଇଥିବା ଦେଖିବାକୁ ମିଳିଛି। ଅପରପକ୍ଷେ ଆର୍‌ଜେଡି ନେତା ତେଜସ୍ବୀ ଯାଦବ ଏହି ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ କରାଯିବ ବୋଲି କହୁଥିବା ବେଳେ କିନ୍ତୁ ତାଙ୍କ ସମର୍ଥକ ହିଂସାତ୍ମକ ପରିସ୍ଥିତି ସୃଷ୍ଟି କରିବା ସହ ଭଙ୍ଗାରୁଜା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri