Posted inଜାତୀୟ

ସିଏଏ ଭାରତୀୟଙ୍କ ନାଗରିକତ୍ୱ ଛଡ଼ାଇ ନେବନି ବରଂ ନିଶ୍ଚିତ କରାଇବ: ଶାହ

ଗାନ୍ଧୀନଗର,୧୧।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କୌଣସି ଭାରତୀୟଙ୍କ ନାଗରିକତ୍ୱ ଛଡ଼ାଇ ନେବନି। ବରଂ ଏହି ଆଇନ ଭାରତୀୟଙ୍କ ନାଗରିକତ୍ୱକୁ ନିଶ୍ଚିତ କରାଇବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗରଠାରେ ଏକ ସଭାରେ ଯୋଗଦେଇ ପ୍ରକାଶ କରିଛନ୍ତି। ତେବେ ବିରୋଧୀ ଦଳ ସିଏଏ ନେଇ ଲୋକଙ୍କ ମଧ୍ୟରେ ଭ୍ରାନ୍ତ ଧାରଣା ସୃଷ୍ଟି କରୁଥିବା ସେ ଅଭିଯୋଗ କରିଛନ୍ତି। ଏଭଳି ଭ୍ରାନ୍ତ ମନ୍ତବ୍ୟ ଦେଉଥିବା ଲୋକଙ୍କଠାରୁ ଦୂରେଇ ରହିବା ପାଇଁ ସେ ଉପସ୍ଥିତ ଜନତାଙ୍କୁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, ସିଏଏ ଦ୍ୱାରା ପାକିସ୍ତାନ, ଆଫଗାନିସ୍ତାନ, ବାଂଲାଦେଶ ଆଦିରୁ ଅତ୍ୟାଚାରିତ ହୋଇ ଭାରତରେ ଶରଣ ନେଇଥିବା ହିନ୍ଦୁ, ବୌଦ୍ଧ, ପାର୍ସୀ, ଶିଖ୍‌, ଜୈନ, ଖ୍ରୀଷ୍ଟିଆନ୍‌ ଆଦି ସମ୍ପ୍ରଦାୟଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯାଇ ପାରିବ॥


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ବଡ଼ ଘୋଷଣା କଲା ଇଣ୍ଡିଗୋ, ବିମାନ ବାତିଲରେ ପ୍ରଭାବିତ ହୋଇଥିବା ଯାତ୍ରୀଙ୍କୁ ମିଳିବ ଏତିକି ଟଙ୍କା କ୍ଷତିପୂରଣ

ନୂଆଦିଲ୍ଲୀ,୧୧।୧୨: ହଜାର ହଜାର ଯାତ୍ରୀ ସମ୍ମୁଖୀନ ହେଉଥିବା ଅସୁବିଧାକୁ ସ୍ବୀକାର କରି ଇଣ୍ଡିଗୋ ନିକଟରେ ବଡ଼ ଘୋଷଣା କରିଛି। କମ୍ପାନୀ ଘୋଷଣା କରିଛି ଯେ ଡିସେମ୍ବର...

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ଐଶ୍ୱର୍ଯ୍ୟା-ଅଭିଷେକ ଛାଡପତ୍ର ଗୁଜବ ବିଷୟରେ ଜାଣିଛନ୍ତି କି ଝିଅ ଆରାଧ୍ୟା, ବାପା କହିଲେ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରାୟତଃ ଛାଡପତ୍ର ବିଷୟରେ ଆଲୋଚନା ହୁଏ। ଏହା ସିଧାସଳଖ ସେମାନଙ୍କ ପରିବାର ଏବଂ ପିଲାମାନଙ୍କୁ ପ୍ରଭାବିତ କରେ। ନିକଟରେ ଅଭିଷେକ ବଚ୍ଚନ ଏବଂ...

ଖୁବଶୀଘ୍ର ଆସିବ EV ପଲିସି 2.0, ଏତିକି ଟଙ୍କା ଶସ୍ତା ହେବ ଗାଡ଼ି ଦାମ୍

ନୂଆଦିଲ୍ଲୀ,୧୧ା୧୨: ଦିଲ୍ଲୀରେ ଇଲେକ୍ଟ୍ରିକ ମୋବିଲିଟିକୁ ତ୍ୱରାନ୍ୱିତ କରିବା ପାଇଁ, ସରକାର ଏକ ବୈଦ୍ୟୁତିକ ଯାନ (EV) ନୀତି 2.0 ର ଏକ ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri