ସିଏସ୍‌ଆର୍‌ ଉଲ୍ଲଂଘନ ହେଲେ ଜେଲ୍‌;ପ୍ରତ୍ୟାହାର ନେଇ ବିଚାର କରିବେ ସୀତାରାମନ୍‌

ନୂଆଦିଲ୍ଲୀ,୧୧-୮: କର୍ପୋରେଟ ସାମାଜିକ ଉତ୍ତରଦାୟିତ୍ୱ(ସିଏସ୍‌ଆର୍‌) ସର୍ତ୍ତ ଉଲ୍ଲଂଘନ ହେବା କ୍ଷେତ୍ରରେ ଜେଲ୍‌ର ବ୍ୟବସ୍ଥାକୁ ପ୍ରତ୍ୟାହାର କରିବା ନେଇ ବିଚାର କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶିଳ୍ପ ଜଗତକୁ ପ୍ରତିଶ୍ରୁତି ଦେଇଛନ୍ତି। କାହା ବିରୋଧରେ ଆପରାଧିକ ମକଦ୍ଦମା ଦାଏର କରିବା ସରକାରଙ୍କ ଲକ୍ଷ୍ୟ ନୁହେଁ ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, ବଜେଟ ଅଧିବେଶନରେ କର୍ପୋରେଟ ସଂଶୋଧନ ବିଲ୍‌କୁ ଅନୁମୋଦନ କରାଯାଇଛି। ଏହି ସଂଶୋଧନ ଅନୁଯାୟୀ, ସିଏସ୍‌ଆର୍‌ ସର୍ତ୍ତ ଉଲ୍ଲଂଘନ କ୍ଷେତ୍ରରେ ସମ୍ପୃକ୍ତ କମ୍ପାନୀଙ୍କୁ ଅପରାଧୀ ଭାବେ ଘୋଷଣା କରାଯିବ। କମ୍ପାନୀ ଅଧିକାରୀଙ୍କୁ ୩ ବର୍ଷ ଜେଲ୍‌ଦଣ୍ଡ ଓ ୫୦ରୁ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟର ବ୍ୟବସ୍ଥା କରାଯାଇଛି। ଶିଳ୍ପ ଜଗତ ଏହାକୁ ବିରୋଧ କରିବା ସହ ଏହାକୁ ପ୍ରତ୍ୟାହାର କରିନେବାକୁ ଦାବି ଜଣାଇ ଆସୁଛନ୍ତି। ସୂଚନାଥାଉ କି, ୫୦୦ କୋଟି ଟଙ୍କାର ନେଟ୍‌ ମୂଲ୍ୟ, ୧୦୦୦ କୋଟି ଟଙ୍କାରୁ ଅଧିକ କାରବାର କରୁଥିଲେ ଅଥବା ୫ କୋଟି କିମ୍ବା ତା’ଠାରୁ ଅଧିକ ନେଟ୍‌ ଲାଭ ହାସଲ କରିଥିବା କମ୍ପାନୀଙ୍କୁ ଗତ ୩ ବର୍ଷର ହାରାହାରି ଲାଭର ୨% ପ୍ରତିବର୍ଷ ସିଏସଆର୍‌ ବାବଦରେ ଖର୍ଚ୍ଚ କରିବାକୁ ପଡିଥାଏ। ଟିକସ ଉତ୍‌ପୀଡନ ଯୋଗୁ କ୍ୟାଫେ କଫି ଡେ ପ୍ରତିଷ୍ଠାତା ଭି.ଜି.ସିଦ୍ଧାର୍ଥ ଆମତ୍ହତ୍ୟା କରିଥିଲେ ବୋଲି ସାରା ଦେଶରେ ମତପ୍ରକାଶ ପାଇଥିଲା। ଅର୍ଥମନ୍ତ୍ରୀ ସୀତାରାମନ୍‌ ସେତେବେଳେ ଭାରତୀୟ ଶିଳ୍ପ ମହାସଂଘ ପ୍ରତିନିଧିମାନଙ୍କୁ ଭେଟି ପ୍ରତି ସପ୍ତାହରେ ସେ ଟିକସ ଉତ୍ପୀଡନ ମାମଲାର ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri