Posted inଜାତୀୟ

ସିକିମ୍‌ରେ ସରକାର ଗଠନ ଲାଗି ଏସ୍‌କେଏମ୍‌ର ଦାବି

ଗାଙ୍ଗଟକ୍‌,୨୬ା୫(ପି.ଟି.): ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା (ଏସ୍‌କେଏମ୍‌)ର ଏକ ପ୍ରତିନିଧି ଦଳ ଏହାର ଅଧ୍ୟକ୍ଷ ପି.ଏସ୍‌. ଗୋଲେଙ୍କ ନେତୃତ୍ୱରେ ଶନିବାର ରାଜ୍ୟପାଳ ଗଙ୍ଗାପ୍ରସାଦଙ୍କୁ ଭେଟି ପରବର୍ତ୍ତୀ ସରକାର ଗଠନ ନେଇ ଦାବି ଉପସ୍ଥାପନ କରିଛନ୍ତି। ତେବେ ନବନିର୍ବାଚିତ ବିଧାୟକ ଦଳ ନେତା କିଏ ତାହା ଏପର୍ଯ୍ୟନ୍ତ ଏସ୍‌କେଏମ୍‌ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ। ୨୦୧୩ରେ ଗଠନ ହୋଇଥିବା ଏସ୍‌କେଏମ୍‌ ୩୨ ଆସନ ବିଶିଷ୍ଟ ସିକିମ ବିଧାନସଭାରେ ୧୭ ଆସନରେ ବିଜୟୀ ହୋଇଥିବା ବେଳେ ଶାସକ ସିକିମ ଡେମୋକ୍ରାଟିକ୍‌ ଫ୍ରଣ୍ଟ (ଏସ୍‌ଡିଏଫ୍‌)କୁ ୧୫ ଆସନ ମିଳିଛି। ପରବର୍ତ୍ତୀ ସରକାର ଗଠନ ଲାଗି ଏସ୍‌କେଏମ୍‌କୁ ଆମନ୍ତ୍ରଣ କରିବା ଲାଗି ରାଜ୍ୟପାଳଙ୍କୁ ଭେଟି ଅନୁରୋଧ କରିଥିବା ଗୋଲେ ଗଣମାଧ୍ୟମକୁ କହିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରସଙ୍ଗରେ ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ସେ ସୂଚନା ଦେଇଥିଲେ। ନିଷ୍ପତ୍ତି ନେବା ଦାୟିତ୍ୱ ଗୋଲେଙ୍କୁ ଦିଆଯାଇଥିବା ଦଳ ସୂତ୍ରରୁ ଜଣାପଡିଛି। ସେ ନିର୍ବାଚନ ଲଢ଼ି ନ ଥିଲେ ମଧ୍ୟ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବା ଦଳ ଚାହୁଁଛି।
ସିକିମ ବିଧାନସଭା ନିର୍ବାଚନରେ ଏସ୍‌ଡିଏଫ୍‌ର ପରାଜୟ ପରେ ଦୀର୍ଘ ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀ ରହିଆସିଥିବା ପଓ୍ବନ କୁମାର ଚାମ୍‌ଲିଙ୍ଗ ବିରୋଧୀ ଦଳ ନେତା ଭୂମିକା ତୁଲାଇବାକୁ ପ୍ରସ୍ତୁତ ଥିବା ଶନିବାର କହିଛନ୍ତି। ଜନସାଧାରଣଙ୍କ ରାୟକୁ ସେ ସମ୍ମାନ ଜଣାଇଛନ୍ତି। ୧୯୯୪ ଡିସେମ୍ବରରୁ ଚାମଲିଙ୍ଗ୍‌ ସିକିମ ମୁଖ୍ୟମନ୍ତ୍ରୀ ରହିଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?