Posted inଜାତୀୟ

ସିକିମ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଗୋଲେ

ଗାଙ୍ଗଟକ୍‌,୨୮ା୫(ପି.ଟି.): ସିକିମ୍‌ ମୁଖ୍ୟମନ୍ତ୍ରୀ ଭାବେ ଏସ୍‌କେଏମ୍‌ (ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା) ଅଧ୍ୟକ୍ଷ ପ୍ରେମ୍‌ ସିଂ ତମାଙ୍ଗ ଓରଫ ପି.ଏସ୍‌. ଗୋଲେ ସୋମବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ୧୧ ଏସ୍‌କେଏମ୍‌ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପାଲଜୋର ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ଗଙ୍ଗା ପ୍ରସାଦ ମୁଖ୍ୟମନ୍ତ୍ରୀ ଓ ବିଧାୟକମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ବିଧାୟକ ନ ଥିବା ଗୋଲେଙ୍କୁ ଶନିବାର ଏସ୍‌କେଏମ୍‌ ବିଧାୟକ ଦଳ ବୈଠକରେ ନେତା ନିର୍ବାଚନ କରାଯାଇଥିଲା। ଶପଥ ନେଇଥିବା ମନ୍ତ୍ରୀମାନେ ହେଲେ କୁଙ୍ଗା ନିମା ଲେପ୍‌ଚା, ସୋନମ୍‌ ଲାମା, ବେଦୁ ସିଂ ପନ୍ଥ, ଡ. ମଣିକୁମାର ଶର୍ମା, ଅରୁଣ କୁମାର ଉପ୍ରେତି, ସନ୍ଦୁପ୍‌ ଲାପ୍‌ଚା, ଲୋକନାଥ ଶର୍ମା, ମିଙ୍ଗ୍‌ମା ନୋର୍ବୁ ଶେର୍ପା, କର୍ମା ଲୋଡେ ଭୂତିଆ, ଭୀମ୍‌ ହାଙ୍ଗ ଲିମ୍ବୁ ଏବଂ ସଞ୍ଜିତ ଖରେଲ।
ଗୋଲେ ନେପାଳୀ ଭାଷାରେ ଶପଥ ନେଇଥିବାବେଳେ ଷ୍ଟାଡିୟମ୍‌ରେ ହଜାର ହଜାର ଦଳୀୟ ସମର୍ଥକ ଉପସ୍ଥିତ ରହି ତାଙ୍କୁ ଉତ୍ସାହିତ କରିଥିଲେ। ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମଲିଙ୍ଗ୍‌ ଏବଂ ସିକିମ୍‌ ଡେମୋକ୍ରାଟିକ୍‌ ଫ୍ରଣ୍ଟ (ଏସ୍‌ଡିଏଫ୍‌)ର ବରିଷ୍ଠ ନେତାମାନେ ଯୋଗଦେଇ ନ ଥିଲେ। ୨୦୧୩ରେ ଗଠିତ ଏସ୍‌କେଏମ୍‌ ୩୨ ଆସନ ବିଶିଷ୍ଟ ସିକିମ ବିଧାନସଭାରେ ୧୭ ଆସନରେ ବିଜୟୀ ହୋଇଥିବାବେଳେ ଶାସକ ଦଳ ଏସ୍‌ଡିଏଫ୍‌କୁ ୧୫ ଆସନ ମିଳିଥିଲା। ଫଳରେ ଦୀର୍ଘ ୨୪ ବର୍ଷ ଧରି କ୍ଷମତାରେ ରହିଆସିଥିବା ଚାମ୍‌ଲିଙ୍ଗ୍‌ ସରକାରଙ୍କୁ ବିଦାୟ ନେବାକୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri