Posted inଜାତୀୟ

ସିଜେଆଇଙ୍କ ମନ୍ତବ୍ୟକୁ ନେଇ ଉପରାଷ୍ଟ୍ରପତିଙ୍କ ଜବାବ: ରାୟରେ ବିଳମ୍ବ ଗ୍ରହଣୀୟ ନୁହେଁ

ପୁଣେ,୯ା୧୨: ନ୍ୟାୟ ପ୍ରଦାନ ସମ୍ପର୍କିତ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେଙ୍କ ମନ୍ତବ୍ୟରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ ପୂର୍ଣ୍ଣ ସହମତ ହୋଇନାହାନ୍ତି। ତତ୍କାଳନ ନ୍ୟାୟ ପ୍ରଦାନ କରାଯାଇପାରିବ ନାହିଁ ବୋଲି ସିଜେଆଇ କହିଥିବାବେଳେ ନାଇଡୁ ସେଥିରେ ଏକମତ ହୋଇଛନ୍ତି। ତେବେ କ୍ରମାଗତ ବିଳମ୍ବକୁ ନେଇ ସେ ଚିନ୍ତାପ୍ରକଟ କରିଛନ୍ତି। ନ୍ୟାୟ ବ୍ୟବସ୍ଥା ସହ ସମ୍ପୃକ୍ତ ସମସ୍ତେ ଦକ୍ଷତାପୂର୍ବକ ସେମାନଙ୍କ କର୍ତ୍ତବ୍ୟ ନିର୍ବାହ କରିବାକୁ ସେ ଆହ୍ବାନ ଦେଇଛନ୍ତି। ବଳତ୍କାର ମାମଲାଗୁଡିକୁ କ୍ରମାଗତ ଭାବେ ବିଳମ୍ବ ନ କରି ସେଗୁଡିକର ତ୍ୱରିତ ବିଚାର କରିବାକୁ ନାଇଡୁ ପରାମର୍ଶ ଦେଇନ୍ତି।
ଯୌନ ଅପରାଧ ମାମଲାଗୁଡିକରେ ପୀଡ଼ିତାଙ୍କୁ ନ୍ୟାୟ ମିଳିବାରେ ବିଳମ୍ବକୁ ନେଇ ଦେଶବ୍ୟାପୀ ଉତ୍ତେଜନା ପ୍ରକାଶ ପାଇଛି। ଶନିବାର ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର ନୂଆ ବିଲ୍ଡିଂ ଉଦ୍‌ଘାଟନ ଅବସରରେ ଉଦ୍‌ବୋଧନ ଦେଇ ସିଜେଆଇ କହିଥିଲେ, ନ୍ୟାୟ କେବେ ପ୍ରତିଶୋଧ ହୋଇପାରିବ ନାହିଁ। ଫୌଜଦାରୀ ମାମଲାଗୁଡିକ ବିଚାର ଲାଗି ସମୟ ଲାଗିବ। ନ୍ୟାୟ ତତ୍କାଳ ହେବା ଉଚିତ ନୁହେଁ। ଯଦି ନ୍ୟାୟ ପ୍ରତିଶୋଧ ହୋଇଯାଏ ତେବେ ତାହା ନିଜର ବିଶେଷତ୍ୱ ହରାଇବ ବୋଲି ସିଜେଆଇ ମତ ଦେଇଥିଲେ।
ଉପରାଷ୍ଟ୍ରପତି କହିଛନ୍ତି, କେବଳ ଆଇନ ଆଣିଲେ ମହିଳାଙ୍କ ବିରୋଧରେ ଅତ୍ୟାଚାର ବନ୍ଦ ହୋଇଯିବ ନାହିଁ। ଏଥିପାଇଁ ରାଜନୈତିକ ଇଚ୍ଛାଶକ୍ତି ଏବଂ ପ୍ରଶାସନିକ ଦକ୍ଷତାର ଆବଶ୍ୟକତା ରହିଛି। ନିକଟରେ ଘଟିଥିବା ଉନ୍ନାଓ ଏବଂ ହାଇଦ୍ରାବାଦ ଘଟଣାକୁ ନିନ୍ଦା କରିବା ସହ ଉପରାଷ୍ଟ୍ରପତି କହିଥିଲେ, ଭାରତୀୟ ସଂସ୍କୃତିରେ ନାରୀଙ୍କୁ ମାଆ ଓ ଭଉଣୀ ଭାବେ ଦେଖାଯାଇଥାଏ। ଆଜିକାଲି ଯାହା ଘଟୁଛି ତାହା ବାସ୍ତବରେ ଲଜ୍ଜାଜନକ ଓ ଆମ ସମସ୍ତଙ୍କ ପାଇଁ ଚ୍ୟାଲେଞ୍ଜ। ମହିଳାଙ୍କ ପ୍ରତି ପକ୍ଷପାତିତା ଓ ଅତ୍ୟାଚାରକୁ ତୁରନ୍ତ ବନ୍ଦ କରିବା ଲାଗି ଆମକୁ ପ୍ରତିଜ୍ଞା କରିବାକୁ ହେବ ବୋଲି ସିମ୍ବିଓସିସ୍‌ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହରେ ଉଦ୍‌ବୋଧନ ଦେଇ ଉପରାଷ୍ଟ୍ରପତି କହିଛନ୍ତି। ଆଇନ ଆଣିବା ସମସ୍ୟାର ସମାଧାନ ନୁହେଁ। ନିର୍ଭୟା ଘଟଣା ପରେ ବିଲ୍‌ ଆସିଥିଲା। ସମସ୍ୟାର ସମାଧାନ ହୋଇପାରିଲା କି ବୋଲି ଭେଙ୍କାୟା ପ୍ରଶ୍ନ କରିଥିଲେ। ତେବେ ସେ ନୂଆ ଆଇନର ବିରୋଧୀ ନୁହନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri