ସିଜେଡ୍‌ଏମ୍‌ପି ଜନଶୁଣାଣି: ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ନିର୍ଦ୍ଦେଶ

ଛତ୍ରପୁର,୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲା ପାଇଁ ପ୍ରସ୍ତୁତ ସିଜେଡ୍‌ଏମ୍‌ପି (ଉପକୂଳ ଜୋନ୍‌ ପରିଚାଳନା ପ୍ଲାନ୍‌) ଡ୍ରାଫ୍ଟ ନେଇ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଜନଶୁଣାଣି ହୋଇଥିଲା ା ଏଥିରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଅଧ୍ୟକ୍ଷତା କରିଥିଲେ। ପାଲୁର ସାଏବ କେନାଲ ଓ ଆଖପାଖ ଅଞ୍ଚଳରେ ଚାଲିଥିବା ବେଆଇନ୍‌ ଚିଙ୍ଗୁଡ଼ି ଚାଷ ଏବଂ ଚିଲିକାରୁ ବେଆଇନ୍‌ ଚିଙ୍ଗୁଡି ଘେରି ଉଚ୍ଛେଦ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ଅତିରିକ୍ତ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୮ରେ ସରକାରୀ ଜମିରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କରାଯାଇଥିଲା ା ୨୦୧୯ରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହାର ସର୍ଭେ ହୋଇଥିଲା ା ତେବେ ଆଉ ବେଆଇନ୍‌ ଚିଙ୍ଗୁଡ଼ି ଘେରି କାହିଁକି ଉଚ୍ଛେଦ କରାଯାଇନି ବୋଲି ଅତିରିକ୍ତ ଜିଲାପାଳ ପ୍ରଶ୍ନ କରିଥିଲେ ା ଏ ସମ୍ପର୍କିତ ୩ଟି ମାମଲାରେ ହାଇକୋର୍ଟ ପକ୍ଷରୁ ସ୍ଥଗିତାଦେଶ ରହିଛି ା ସ୍ଥଗିତାଦେଶ ଉଠାଇବା ପାଇଁ ହାଇକୋର୍ଟରେ ପ୍ରାର୍ଥନା ପିଟିଶନ ଦାଖଲ କରିବାକୁ ଅତିରିକ୍ତ ଜିଲାପାଳ କହିଥିଲେ ା ସିଜେଡ୍‌ଏମପି ଡ୍ରାଫ୍ଟକୁ ମଞ୍ଜୁରୀ ମିଳିଥିଲା। ଏହାକୁ ରାଜ୍ୟ ସରକାରଙ୍କୁ ପଠାଯିବ ା ଏହି ନିୟମ ଅନୁସାରେ ସମୁଦ୍ର କୂଳରୁ ୨୦୦ ମିଟର ଓ ଜୁଆରିଆ ନଦୀଠାରୁ ୫୦ ମିଟର ମଧ୍ୟରେ କୌଣସି ନୂଆ ନିର୍ମାଣ କାର୍ଯ୍ୟ ହେବନି ା ଏଥିରେ ଖିଲାପ କଲେ ଆଇନ୍‌ ଅନୁଯାୟୀ ଦଣ୍ଡିତ ହେବେ ବୋଲି କୁହାଯାଇଥିଲା। ବୈଠକରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବ୍ରହ୍ମପୁର ଡିଏଫଓ ଅମ୍ଳାନ ନାୟକ, ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶ, ତହସିଲଦାର ନୀଳମାଧବ ଭୋଇ, କନିଷି ଓ ଗଞ୍ଜାମ ତହସିଲଦାର, ଜିଲା ମତ୍ସ୍ୟ ଅଧିକାରୀ, ବିଭିନ୍ନ ବିଭାଗର ଅଧିକାରୀ, ନୂଆ ବକ୍ସପଲ୍ଲୀ ଗାଁର କେ. ପୁରୁଷୋତ୍ତମ, ଗୋଖରକୁଦାର ବି. ସିମାଦ୍ରୀଙ୍କ ସମେତ କମିଟିର ସଦସ୍ୟ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?