ସିଜେଡ୍‌ଏମ୍‌ପି ଜନଶୁଣାଣି: ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ନିର୍ଦ୍ଦେଶ

ଛତ୍ରପୁର,୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲା ପାଇଁ ପ୍ରସ୍ତୁତ ସିଜେଡ୍‌ଏମ୍‌ପି (ଉପକୂଳ ଜୋନ୍‌ ପରିଚାଳନା ପ୍ଲାନ୍‌) ଡ୍ରାଫ୍ଟ ନେଇ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଜନଶୁଣାଣି ହୋଇଥିଲା ା ଏଥିରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଅଧ୍ୟକ୍ଷତା କରିଥିଲେ। ପାଲୁର ସାଏବ କେନାଲ ଓ ଆଖପାଖ ଅଞ୍ଚଳରେ ଚାଲିଥିବା ବେଆଇନ୍‌ ଚିଙ୍ଗୁଡ଼ି ଚାଷ ଏବଂ ଚିଲିକାରୁ ବେଆଇନ୍‌ ଚିଙ୍ଗୁଡି ଘେରି ଉଚ୍ଛେଦ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ଅତିରିକ୍ତ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୮ରେ ସରକାରୀ ଜମିରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କରାଯାଇଥିଲା ା ୨୦୧୯ରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହାର ସର୍ଭେ ହୋଇଥିଲା ା ତେବେ ଆଉ ବେଆଇନ୍‌ ଚିଙ୍ଗୁଡ଼ି ଘେରି କାହିଁକି ଉଚ୍ଛେଦ କରାଯାଇନି ବୋଲି ଅତିରିକ୍ତ ଜିଲାପାଳ ପ୍ରଶ୍ନ କରିଥିଲେ ା ଏ ସମ୍ପର୍କିତ ୩ଟି ମାମଲାରେ ହାଇକୋର୍ଟ ପକ୍ଷରୁ ସ୍ଥଗିତାଦେଶ ରହିଛି ା ସ୍ଥଗିତାଦେଶ ଉଠାଇବା ପାଇଁ ହାଇକୋର୍ଟରେ ପ୍ରାର୍ଥନା ପିଟିଶନ ଦାଖଲ କରିବାକୁ ଅତିରିକ୍ତ ଜିଲାପାଳ କହିଥିଲେ ା ସିଜେଡ୍‌ଏମପି ଡ୍ରାଫ୍ଟକୁ ମଞ୍ଜୁରୀ ମିଳିଥିଲା। ଏହାକୁ ରାଜ୍ୟ ସରକାରଙ୍କୁ ପଠାଯିବ ା ଏହି ନିୟମ ଅନୁସାରେ ସମୁଦ୍ର କୂଳରୁ ୨୦୦ ମିଟର ଓ ଜୁଆରିଆ ନଦୀଠାରୁ ୫୦ ମିଟର ମଧ୍ୟରେ କୌଣସି ନୂଆ ନିର୍ମାଣ କାର୍ଯ୍ୟ ହେବନି ା ଏଥିରେ ଖିଲାପ କଲେ ଆଇନ୍‌ ଅନୁଯାୟୀ ଦଣ୍ଡିତ ହେବେ ବୋଲି କୁହାଯାଇଥିଲା। ବୈଠକରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବ୍ରହ୍ମପୁର ଡିଏଫଓ ଅମ୍ଳାନ ନାୟକ, ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶ, ତହସିଲଦାର ନୀଳମାଧବ ଭୋଇ, କନିଷି ଓ ଗଞ୍ଜାମ ତହସିଲଦାର, ଜିଲା ମତ୍ସ୍ୟ ଅଧିକାରୀ, ବିଭିନ୍ନ ବିଭାଗର ଅଧିକାରୀ, ନୂଆ ବକ୍ସପଲ୍ଲୀ ଗାଁର କେ. ପୁରୁଷୋତ୍ତମ, ଗୋଖରକୁଦାର ବି. ସିମାଦ୍ରୀଙ୍କ ସମେତ କମିଟିର ସଦସ୍ୟ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri