ସିଟି ହସ୍ପିଟାଲରେ କୋଭିଡ୍‌ ହେଲଥ ସେଣ୍ଟରକୁ ବିରୋଧ

ବ୍ରହ୍ମପୁର ଅଫିସ,୧ା୬-ବ୍ରହ୍ମପୁର ସିଟି ହସ୍ପିିଟାଲରେ ଖୋଲା ଯାଇଥିବା ଡେଡିକେଟେଡ୍‌ କୋଭିଡ୍‌ ହେଲଥ ସେଣ୍ଟରକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଶନିବାର ସେଣ୍ଟରରେ କରୋନା ସଂକ୍ରମିତଙ୍କୁ ରଖାଯାଉଥିବା ବେଳେ କୌଣସି ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରା ନ ଯିବାକୁ ନେଇ ଡାକ୍ତରମାନେ ଅଭିଯୋଗ କରିଥିଲେ। ଏହାପରେ ରବିବାର ସ୍ଥାନୀୟ ଅଞ୍ଚଳବାସୀ ଏହି ସେଣ୍ଟରକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି କରିଛନ୍ତି। ଏନେଇ ଅପରାହ୍ନରେ ସିଟି ହସ୍ପିଟାଲକୁ ଲାଗିଥିବା ବଗୁଲିସାହି ଲୋକ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ(ସିଡିଏମ୍‌ପିଏଚଓ) ଡା. ଉମାଶଙ୍କର ମିଶ୍ରଙ୍କୁ ସାକ୍ଷାତ୍‌ କରି ସେଣ୍ଟରକୁ ଜନଗହଳିଠାରୁ ଦୂରକୁ ସ୍ଥାନାନ୍ତର କରିବାକୁ ଦାବି କରିଛନ୍ତି। ସିଟି ହସ୍ପିଟାଲକୁ ଲାଗି ରହିଥିବା ବଗୁଲିସାହିରେ ପ୍ରାୟ ୧୦୦ ରୁ ଊର୍ଦ୍ଧ୍ୱ ଲୋକ ବାସ କରୁଛନ୍ତି। ଏଭଳି ସ୍ଥିିତିରେ ସିଟି ହସ୍ପିଟାଲରେ ଏହି ସେଣ୍ଟର ସ୍ଥାପନ ହେଲେ ସ୍ଥାନୀୟ ଲୋକ ଭୟ କରୁଛନ୍ତି ା ଅନ୍ୟପକ୍ଷରେ ସେଣ୍ଟରରେ କରୋନା ସଂକ୍ରମିତଙ୍କୁ ରଖାଯାଉଥିବା ନେଇ ଚର୍ଚ୍ଚା ହେଉଛି। ତେଣୁ ଅଞ୍ଚଳବାସୀ ତଥା ସହରବାସୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ସେଣ୍ଟରକୁ ସହର ବାହାରକୁ ସ୍ଥାନାନ୍ତର କରାଯିବାକୁ ଅଞ୍ଚଳବାସୀ ସିଡିଏମ୍‌ପିଏଚଓଙ୍କୁ ନିବେଦନ କରିଥିଲେ। ତୁରନ୍ତ ଏ ଦିଗରେ ପଦକ୍ଷେପ ଗ୍ରହଣ କରା ନ ଗଲେ ଅଞ୍ଚଳବାସୀ ଆନ୍ଦୋଳନକୁ ଓହ୍ଲାଇବା ନେଇ ଚେତାବାନୀ ଶୁଣାଇଥିଲେ। ଏନେଇ ଜିଲାପାଳଙ୍କୁ ଅବଗତ କରିବାକୁ ସିଡିଏମ୍‌ପିଏଚଓ ଡା. ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri