ସିଟି ହସ୍‌ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବରଗଡ଼ ବିଧାୟକ

ବରଗଡ଼ ଅଫିସ, ୨।୨- ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍‌ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଚିଠି ଲେଖିଛନ୍ତି। ବରଗଡ଼ ସହରର ଜନସଂଖ୍ୟା ପ୍ରାୟ ଏକ ଲକ୍ଷ ରହିଛି। ତେବେ ଏଠାରୁ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ସ୍ଥାନାନ୍ତର ହେବାପରେ ସ୍ଥାନୀୟ ଲୋକେ ଏବଂ ବିଭିନ୍ନ ରାଜନୈତିକ, ସାମାଜିକ ସଂଗଠନ ପୁରୁଣା ଡାକ୍ତରଖାନାକୁ ସିଟି ହସ୍‌ପିଟାଲ ଘୋଷଣା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେହିପରି ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍‌ପିଟାଲ ଘୋଷଣା କରାଗଲେ ଏଠାରେ ଅତି ସହଜରେ ସ୍ବାସ୍ଥ୍ୟସେବା ପାଇ ପାରି ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର ହୋଇପାରିବେ। ଫଳରେ ବରଗଡ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ୪୦ ଶଯ୍ୟା ବିଶିଷ୍ଟ ସିଟି ହସ୍‌ପିଟାଲ ଘୋଷଣା ଦିଗରେ ବିହିତ ପଦକ୍ଷେପ ନେବାକୁ ବିଧାୟକ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri