Posted inଜାତୀୟ

ସିଡବ୍ଲ୍ୟୁସି ବୈଠକରେ ମୋଦି, ଶାହାଙ୍କୁ ସୋନିଆଙ୍କ ଟାର୍ଗେଟ: ଏନ୍‌ପିଆର୍‌ ଏକ ଛଦ୍ମବେଶୀ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୧୨ା୧(ପି.ଟି.): ଲୋକଙ୍କୁ ଧର୍ମ ଆଧାରରେ ବିଭାଜନ ପାଇଁ ଉଦ୍ଦିଷ୍ଟ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ପ୍ରତ୍ୟାହାର କରି ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ କେନ୍ଦ୍ର ସରକାର ବନ୍ଦ କରନ୍ତୁ ବୋଲି ଶନିବାର କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଦାବି କରାଯାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ବୈଠକରେ ଅଧ୍ୟକ୍ଷତା କରି ସିଏଏକୁ ଏକ ଭେଦଭାବପୂର୍ଣ୍ଣ ତଥା ବିଭାଜନକାରୀ ଆଇନ ଭାବେ ଅଭିହତ କରିଛନ୍ତି। ଏହାସହ ଦେଶବ୍ୟାପୀ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ କରାଇବା ପାଇଁ ଏନ୍‌ପିଆର ଏକ ଛଦ୍ମରୂପ ବୋଲି ସମାଲୋଚନା କରିଛନ୍ତି।
ସିଡବ୍ଲ୍ୟୁସି ବୈଠକରେ ସମ୍ବୋଧିତ କରି ସୋନିଆ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ନାଗରିକତ୍ୱ ଆଇନ ଏବଂ ଏହି ପ୍ରସଙ୍ଗରେ ଉତ୍ତେଜନାପୂର୍ଣ୍ଣ ମନ୍ତବ୍ୟ ଦେଉଥିବା ନେଇ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ସିଏଏ ବିରୋଧୀ ବିକ୍ଷୋଭ ବେଳେ ଘଟିଥିବା ହିଂସାର ତଦନ୍ତ ପାଇଁ ଏକ ଉଚ୍ଚକ୍ଷମତାସମ୍ପନ୍ନ କମିଶନ ଗଠନ କରାଯାଉ। କାରଣ ଏହି ଆଇନକୁ ନେଇ କେତେକ ରାଜ୍ୟରେ ସ୍ଥିତି ସଙ୍ଗିନ ରହିଛି। ଉତ୍ତରପ୍ରଦେଶ ଓ ଦିଲ୍ଲୀ ଏଥିଯୋଗୁ ପୋଲିସ ଷ୍ଟେଟ୍‌ରେ ପରିଣତ ହୋଇଛି। ବିଶେଷକରି ଦିଲ୍ଲୀ ୟୁନିଭର୍ସିଟି, ଜେଏନ୍‌ୟୁ, ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ, ବନାରସ ହିନ୍ଦୁ ୟୁନିଭର୍ସିଟି ଓ ଅନ୍ୟ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକରେ ସିଏଏ ବିରୋଧୀ ବିକ୍ଷୋଭ ବ୍ୟାପକ ହୋଇଛି। ଏହାକୁ ଚପାଇଦେବା ପାଇଁ ମୋଦି ସରକାର ବଳ ପ୍ରୟୋଗ କରୁଛନ୍ତି। କେନ୍ଦ୍ର ସରକାର ପ୍ରଥମେ ଏନ୍‌ଆର୍‌ସିକୁ ଦେଶବ୍ୟାପୀ ଲାଗୁ କରାଇବା ପାଇଁ ଚିନ୍ତା କରୁଥିଲେ। କିନ୍ତୁ ଆସାମରେ ଏହାର ଭୟାବହ ପରିଣାମକୁ ଦେଖି ଏନ୍‌ପିଆର୍‌ ପରିକଳ୍ପନାକୁ ଆଗକୁ ବଢ଼ାଇବା ପାଇଁ ଉଦ୍ୟମ ଚଳାଇଛନ୍ତି। ବାସ୍ତବରେ ଏନ୍‌ପିଆର ୨୦୨୦ ଏକ ଛଦ୍ମବେଶୀ ଏନ୍‌ଆର୍‌ସି। ଏହାକୁ ତୁରନ୍ତ ବନ୍ଦ କରାଯାଉ ବୋଲି ସୋନିଆ ଦାବି କରିଛନ୍ତି। ସିଡବ୍ଲ୍ୟସି ବୈଠକରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସହ ପି. ଚିଦାମ୍ବରମ, ଆନନ୍ଦ ଶର୍ମାଙ୍କ ଭଳି ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri