ସିଡିଏମ୍‌ଓ ସ୍ତରରେ ଅଦଳବଦଳ: ଡା. ଲକ୍ଷ୍ମୀଧର ସାହୁ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ

କଟକ ଅଫିସ,୧୯ା୬: ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ), ସ୍ପେଶାଲିଷ୍ଟ ଏବଂ ଅନ୍ୟାନ୍ୟ ପଦପଦବୀରେ ବଡ ଧରଣର ଅଦଳବଦଳ କରାଯାଇଛି। ଏ ନେଇ ଗୁରୁବାର ସରକାରଙ୍କ ପକ୍ଷରୁ ପ୍ରେସ୍‌ ବିବୃତ୍ତି ଜାରିହୋଇଛି। ବୌଦ୍ଧ ସିଡିଏମ୍‌ଓ ଡା. ଲକ୍ଷ୍ମୀଧର ସାହୁଙ୍କୁ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଏବଂ ପୁରୀ ସିଡିଏମ୍‌ଓ ଡା.ନୀଳକଣ୍ଠ ମିଶ୍ରଙ୍କୁ ରାଉରକେଲା ଜେନେରାଲ ହସ୍ପିଟାଲର ନିର୍ଦ୍ଦେଶକ ଭାବେ ପଦୋନ୍ନତି ମିଳିଛି। କେନ୍ଦ୍ରାପଡା ସିଡିଏମ୍‌ଓ ଡା.ଉର୍ମିଳା ମିଶ୍ର ଏବଂ ଗଜପତି ସିଡିଏମ୍‌ଓ ଡା.ଗୁନୁରାଣୀ ପଟ୍ଟନାୟକଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଭାବେ ପଦୋନ୍ନତି ଦିଆଯାଇଛି। ଢେଙ୍କାନାଳ ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ରଙ୍କୁ ଜନସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ, ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟର ବରିଷ୍ଠ ଭେଷଜ ବିଶେଷଜ୍ଞ ଡା. ବିରଞ୍ଚତ୍ ନାରାୟଣ ବାରିକଙ୍କୁ କ୍ୟାପିଟାଲ ହସ୍ପିଟାଲ ଅଧୀକ୍ଷକ ଭାବେ ପଦୋନ୍ନତି ଦିଆଯାଇଛି।
ବାଲେଶ୍ୱର ସିଡିଏମ୍‌ଓ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କୁ ଯାଜପୁର ସିଡିଏମ୍‌ଓ ଭାବେ ବଦଳି କରାଯାଇଛି। ସିଟି ହସ୍ପିଟାଲର ଡା. ଶକ୍ତି ପ୍ରକାଶ ମିଶ୍ରଙ୍କୁ ମାଲକାନାଗିରି ସିଡିଏମ୍‌ଓ, ଡା. ଅରୁଣ କୁମାର ପାତ୍ର ବଡଗଡ ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ, ଡା. ପ୍ରଦୀପ କୁମାର ପାତ୍ର ଗଜପତି ସିଡିଏମ୍‌ଓ ଏବଂ ଜନ ସ୍ବାସ୍ଥ୍ୟ ଅଧିକାରୀ, ଡା. ଉମାଶଙ୍କର ମିଶ୍ର ଗଞ୍ଜାମ ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ, ଡା.ସରୋଜ କୁମାର ମିଶ୍ର ସୁନ୍ଦରଗଡ ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ, ରୂପଭାନୁ ମିଶ୍ରଙ୍କୁ ମୟୂରଭଞ୍ଜ ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ ଭାବେ ବଦଳି କରାଯାଇଛି। ଡା. ଲାଲମୋହନ ରାଉତରାୟ ରାଉରକେଲା ଜେନେରାଲ ହସ୍ପିଟାଲ ଅଧୀକ୍ଷକ, ଡା.ରଞ୍ଜିତା ବିଶ୍ୱାଳ ନୟାଗଡ଼ ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ, ଡା.ଦୁଲାଶେନ ଜଗତ ଦେଓ ବାଲେଶ୍ୱର ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ, ଡା.ଅଭୟ କୁମାର ଦାସ ଅନୁଗୋଳ ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ, ଡା.ସନ୍ତୋଷ କୁମାର ପାତ୍ର ଭଦ୍ରକ ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ, ଡା. ଭୀମ ସାହୁ ବଲାଙ୍ଗୀର ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ, ଡା.ପ୍ରତାପ କୁମାର ବେହେରା କଳାହାଣ୍ଡି ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ, ଡା.ସୁଜାତା ରାଣୀ ମିଶ୍ର ଢେଙ୍କାନାଳ ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ, ଡା.ମକରନ୍ଦ ବେଉରା କୋରାପୁଟ ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ, ଡା.ଅନୀତା ପଟ୍ଟନାୟକ କେନ୍ଦ୍ରାପଡା ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ ଭାବେ ବଦଳି ହୋଇଛି। ଖୋର୍ଦ୍ଧା ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସୁଜାତା ମିଶ୍ରଙ୍କୁ ପୁରୀ ସିଡିଏମ୍‌ଓ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ ଏବଂ ଭଦ୍ରକ ଜିଲାର ଡା. ପ୍ରଫୁଲ କୁମାର ନନ୍ଦଙ୍କୁ କ୍ୟାପିଟାଲ ହସ୍ପିଟାଲରେ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଭାଗ ସ୍ପେସାଲିଷ୍ଟ ଭାବେ ବଦଳି କରାଯାଇଛି।୧୯ା୬


Enter your email to get our daily news in your inbox.

All Right Reserved By Dharitri.Com

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri