Posted inଖେଳ

ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ସଚିନ

ନୂଆଦିଲ୍ଲୀ,୭।୨- ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଶୁକ୍ରବାର ଅଷ୍ଟ୍ରେଲିଆର ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି) ଗସ୍ତ କରି ଷ୍ଟାଡିୟମରେ ତାଙ୍କ ପସନ୍ଦୀୟ ଜାଗା ଦେଖାଇଛନ୍ତି। ଏବେ ତେନ୍ଦୁଲକର ବଶଫାୟାର ବାଶ ମ୍ୟାଚ୍‌ ପାଇଁ ପଣ୍ଟିଂ ଏକାଦଶର କୋଚ୍‌ ଭାବେ ଅଷ୍ଟ୍ରେଲିଆରେ ଅଛନ୍ତି। ୪୬ ବର୍ଷୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଏସ୍‌ସିଜିଠାରେ ୫ ଟେଷ୍ଟ ଖେଳି ୭୮୫ ରନ୍‌ କରିଥିଲେ। ୨୦୦୪ରେ ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ହିଁ ସେ ୨୪୧ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ। ଅଷ୍ଟ୍ରେଲିଆ ବିପକ୍ଷ ୨୦୦୩-୦୪ ସିରିଜ୍‌ରେ ତେନ୍ଦୁଲକର ନିଜର ଟ୍ରେଡମାର୍କ ଶଟ୍‌ କଭର ଡ୍ରାଇଭ ଖେଳି ନ ଥିଲେ। ରିକି ପଣ୍ଟିଂ ଏକାଦଶ ଦଳର କୋଚ୍‌ ସଚିନ ପ୍ରଶଂସକଙ୍କୁ ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁ କ୍ଷୟକ୍ଷତି ଭରଣା ପାଇଁ ଦାନ କରିବାକୁ କହିଛନ୍ତି। ୧୯୮୯ରେ ୧୬ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିବା ସଚିନ ମୋଟ ୩୪,୩୫୭ ରନ୍‌ କରିଛନ୍ତି। ସେ ଦ୍ୱିତୀୟ ସ୍ଥାନରେ ଥିବା ଶ୍ରୀଲଙ୍କାର କୁମାର ସଙ୍ଗକାରା (୨୮,୦୧୬)ଙ୍କ ଠାରୁ ୬ ହଜାର ରନ୍‌ ଆଗରେ ଅଛନ୍ତି। ଦିନିକିଆରେ ୧୮,୪୨୬ ଓ ଟେଷ୍ଟରେ (୧୫,୯୨୧ ରନ୍‌) ସର୍ବାଧିକ ରନ୍‌ କରିବାର ରେକର୍ଡ ମଧ୍ୟ ତାଙ୍କ ନାମରେ ରହିଛି। ଅନ୍ତର୍ଜାତୀୟ କ୍ରିକେଟରେ ୧୦୦ତମ ଶତକର ରେକର୍ଡ ସହ ସେ ଅନ୍ତର୍ଜାତୀୟ କ୍ରିକେଟରୁ ସେ ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri