Posted inଖେଳ

ସିଡ୍‌ଲଙ୍କ ଅବସର

ମେଲବୋର୍ନ,୨୯।୧୨- ଭେଟେରାନ ଅଷ୍ଟ୍ରେଲିଆନ ପେସର ପିଟର ସିଡ୍‌ଲ ରବିବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଥିସହ ଦୀର୍ଘ ୧୧ ବର୍ଷର କ୍ୟାରିୟରର ଶେଷ ହୋଇଛି। ସେ ୬୭ ଟେଷ୍ଟ ଖେଳି ୩୦.୬୬ ହାରରେ ୨୨୧ ଉଇକେଟ ହାତେଇଛନ୍ତି। ଅନ୍ତିମ ଥର ଅଷ୍ଟ୍ରେଲିଆ ପାଇଁ ଆଶେସ ସିରିଜ୍‌ର ୫ମ ଟେଷ୍ଟ ଖେଳିଥିଲେ। ଏ ସମ୍ପର୍କରେ ଆଶେସ ସିରିଜ୍‌ବେଳେ ଆଲୋଚନା କରିଥିଲି। ଇଂଲଣ୍ଡରେ ଅବସର ଘୋଷଣା କରିବାର ସମ୍ଭାବନା ଥିଲା। କିନ୍ତୁ ଘରେ, ପରିବାର ଓ ବନ୍ଧୁଙ୍କ ଆଗରେ ଅବସର ନେବାକୁ ନିଷ୍ପତ୍ତି ନେଇଥିଲି ବୋଲି ସିଡ୍‌ଲ କହିଛନ୍ତି। ସର୍ବାଧିକ ଟେଷ୍ଟ ଉଇକେଟ ହାତେଇଥିବା ଅଷ୍ଟ୍ରେଲିଆ ବୋଲରଙ୍କ ମଧ୍ୟରେ ସେ ୧୩ତମ ସ୍ଥାନରେ ରହିଛନ୍ତି। ୨୦୧୦ ଇଂଲଣ୍ଡ ବିପକ୍ଷରେ ନିଜ ଜନ୍ମଦିନରେ ସେ ହ୍ୟାଟ୍ରିକ ନେଇଥିଲେ। ଏହା ଥିଲା ତାଙ୍କ କ୍ୟାରିୟରର ଉଲ୍ଲେଖନୀୟ ଘଟଣା। ସେ ୨୦୦୮ ଅକ୍ଟୋବରରେ ମୋହାଲିଠାରେ ଭାରତ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ଟେଷ୍ଟ କ୍ୟାରିୟରରେ ୮ ଥର ୫ ଉଇକେଟ ସଫଳତା ପାଇଥିଲେ। ୫୪ ରନ୍‌ ଦେଇ ୬ ଉଇକେଟ ଅକ୍ତିଆର କରିବା ତାଙ୍କ କ୍ୟାରିୟରର ଶ୍ରେଷ୍ଠ ସ୍ପେଲ ଥିଲା। ଆହତ ସମସ୍ୟା ଯୋଗୁ ଦୀର୍ଘଦିନ ଧରି ଜାତୀୟ ଦଳରୁ ବାଦ୍‌ ପଡ଼ିଥିଲେ। ୨୦୧୮ ପାକିସ୍ତାନ ବିପକ୍ଷ ଦୁଇ ଟେଷ୍ଟରେ ସେ ପ୍ରତ୍ୟାବର୍ତ୍ତନ କରିଥିଲେ। ଟେଷ୍ଟ ବ୍ୟତୀତ ୨୦ ଦିନିକିଆ ଓ ଦୁଇଟି ଟି୨୦ରେ ମୋଟ ୩୪ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri