ସିନାପାଲି କଲେଜରେ ଅଭିଭାବକ ସମ୍ମିଳନୀ:ଅଭିଭାବକ-ଅଧ୍ୟାପକ ମଧ୍ୟରେ ସମନ୍ବୟ ରହିଲେ ଶିକ୍ଷାର ବିକାଶ ସମ୍ଭବ

ସିନାପାଲି,୨୨।୯(ଡି.ଏନ.ଏ.)
ନୂଆପଡା ଜିଲା ସିନାପାଲି କଲେଜରେ ଅଭିଭାକମାନଙ୍କୁ ନେଇ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ସିନାପାଲି କଲେଜ ସମସ୍ତ ଅଭିଭାକଅଭିଭାବିକାମାନଙ୍କୁ ନେଇ ଅନୁଷ୍ଠିତ ଏହି ସମ୍ମିଳନୀରେ କଲେଜ ଅଧ୍ୟକ୍ଷ ମୋହନ ସାହୁ ଅଧ୍ୟକ୍ଷତା କରିଥିଲେ । ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ହୋଇଥିବା ଏହି ସମ୍ମିଳନୀରେ ଅଭିଭାବକ, କଲେଜ ଅଧ୍ୟାପକ, ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ସୁସମ୍ପର୍କ ଭାବେ ଆଦାନ ପ୍ରଦାନରେ ସମନ୍ବୟ ରହିଲେ ଶିକ୍ଷାର ବିକାଶ ବେଶ୍‌ ସୁଦୃଢ ହୋଇପାରିବା ବୋଲି ମତବ୍ୟକ୍ତ କରିଥିଲେ। ସମ୍ମିଳନୀରେ ପ୍ରଥମେ ବାଗଦେବୀ ସରସ୍ବତୀଙ୍କ ଫଟୋଚିତ୍ର ମାଲ୍ୟାଅର୍ପଣ ଓ ଦୀପ ପ୍ରଜ୍ୱଳନ ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ସୁସମ୍ପର୍କ ଓ ସମନ୍ବୟକୁ ନେଇ ଅଧ୍ୟାପକମାନେ ଅଭିଭାବକମାନଙ୍କୁ ସୂଚାରୁ ରୂପେ ବୁଝାଇଥିଲେ। କଲେଜ ଅଧ୍ୟାପକ କ୍ଷେତ୍ରମୋହନ ଦୁରିଆ, ବ୍ରଜମୋହନ ଧାକଡ, ପ୍ରଶାନ୍ତ କୁମାର ପଣ୍ଡା, ପ୍ରତୁଳ ପଣ୍ଡା ଉପସ୍ଥିତ ରହି ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। କଲେଜ ଅଧ୍ୟାପକ ଉଦୟନାଥ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ତ୍ରିଲୋଚନ ମାଝି ଓ ଗୋଦାବରୀଶ ନାଏକ ଅଭିଭାବକମାନେ ଏହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ସିନାପାଲି ଅଞ୍ଚଳର ବିଭିନ୍ନ ଗାଁରୁ ପ୍ରାୟ ୨ ଶହ ଅଭିଭାବକ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୭।୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୭।୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଣଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

୩ମାସ ଭିତରେ କାମ ନ ହେଲେ ଆନ୍ଦୋଳନ: ଏଭଳି ଚେତାବନୀ ଦେଲେ ଭକ୍ତ

ନୂଆପଡ଼ା,୪ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଅନ୍ତର୍ଗତ ଘାଟିପଡ଼ାସ୍ଥିତ ସାଇ କଲେଜ ମଣ୍ଡପଠାରେ ମଙ୍ଗଳବାର ନୂଆପଡ଼ା ଉପନିର୍ବାଚନକୁ ନେଇ କଂଗ୍ରେସର ସମୀକ୍ଷା ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri