Posted inଖେଳ

ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି: ସୁଶ୍ରୀଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି; ଫାଇନାଲରେ ଇଣ୍ଡିଆ ‘ବି’

କଟକ ଅଫିସ,୮ା୧- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫିରେ ଇଣ୍ଡିଆ-ବି ଦଳ ଦ୍ୱିତୀୟ ବିଜୟ ହାସଲ କରିଛି। ୩ଟି ମ୍ୟାଚ୍‌ରୁ ୧୦ ପଏଣ୍ଟ ହାସଲ କରି ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନରେ ରହିବା ସହିତ ପ୍ରଥମ ଦଳ ଭାବେ ଫାଇନାଲରେ ସ୍ଥାନ ସୁରକ୍ଷିତ କରିଛି ସ୍ମୃତି ମାନ୍ଧାନାଙ୍କ ନେତୃତ୍ୱାଧୀନ ଏହି ଦଳ। ମଙ୍ଗଳବାର ହରମନପ୍ରିତ କୌରଙ୍କ ନେତୃତ୍ୱାଧୀନ ଇଣ୍ଡିଆ-ସିକୁ ଇଣ୍ଡିଆ-ବି ଦଳ ୩୫ରନରେ ହରାଇଥିଲା। ଇଣ୍ଡିଆ-ବି ପକ୍ଷରୁ ଖେଳୁଥିବା ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶିନୀ ୨ଟି ଉଇକେଟ ଅକ୍ତିଆର କରିବା ସହ ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ତାଙ୍କ ବୋଲିଂ ସ୍ପେଲ ସୁଶ୍ରୀ ୪-୦-୧୮-୨ ରହିଥିଲା।
ଇଣ୍ଡିଆ-ବି ଅଧିନାୟିକା ସ୍ମୃତି ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରାରମ୍ଭରୁ ଦଳ ଚମତ୍କାର ବ୍ୟାଟିଂ କରିଥିଲା। ନିର୍ଦ୍ଧାରିତ ୨୦ ଓଭରରେ ଦଳ ୪ ଉଇକେଟ ହରାଇ ୧୩୯ରନ କରିଥିଲା। ଅଧିନାୟିକା ସ୍ମୃତି ସର୍ବାଧିକ ୩୪ରନ କରିଥିଲେ। ଏହା ମଧ୍ୟରେ ୪ ଚୌକା ଓ ୨ଟି ଛକା ସାମିଲ ଥିଲା। ଏହାଛଡ଼ା ଭେଲାସ୍ବାମୀ ଭନିଥା ୩୦, ରିଚା ଘୋଷ ୨୨, ଜେମିହା ରୋଡ୍ରିଗ୍ବେଜ ୨୦ରନରେ ଆଉଟ ହୋଇଥିବା ବେଳେ ପୂଜା ବସ୍ତ୍ରକାର ୧୫ ଓ ଶିଖା ପାଣ୍ଡେ ୧୪ରନରେ ଅପରାଜିତ ଥିଲେ। ଇଣ୍ଡିଆ-ଏ ପକ୍ଷରୁ ସ୍ନେହ ରାଣା ସର୍ବାଧିକ ୨ଟି ଉଇକେଟ ନେଇଥିବା ବେଳେ ମାନସୀ ଯୋଶୀ ଓ ରାଧା ଯାଦବ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ଇଣ୍ଡିଆ-ଏ ୭ ଉଇକେଟ ହରାଇ ୧୦୪ରନ କରି ପାରିଥିଲା। ଧୁଆଁଧାର ବ୍ୟାଟିଂ ସହ ୩୪ରନ କରିଥିବା ଓପନର ପ୍ରିୟା ପୁନିଆ ସୁଶ୍ରୀଙ୍କ ଶିକାର ହୋଇଥିଲେ। ଦୀପ୍ତି ଶର୍ମା ୩୩ରନ କରିଥିବା ବେଳେ ଅନ୍ୟ କେହି ଖେଳାଳି ଆଖିଦୃଶିଆ ପ୍ରଦର୍ଶନ କରି ପାରି ନଥିଲେ। ତାନିଆ ଭାଟିଆ ୧୧, ଦେବିକା ବୈଦ୍ୟ ୬, ଅଧିନାୟିକା ହରମନପ୍ରିତ କୌର ୬, ଭାରତୀ ଫୁଲମଲି ୧୧, ରାଧା ଯାଦବ ୨ରନ କରିଥିଲେ। ଇଣ୍ଡିଆ ବି ପକ୍ଷରୁ ସୁଶ୍ରୀ ୧୮ରନ ବିନିମୟରେ ୨ଟି ଉଇକେଟ ଅକ୍ତିଆର କରିଥିଲେ। ଅନୁଜା ପାଟିଲଙ୍କୁ ୨ଟି ଉଇକେଟ ମିଳିଥିବା ବେଳେ ତନୁଜା କନୱର, ପୂଜା ବସ୍ତ୍ରକାର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri