Posted inଖେଳ

ସିନ୍ଧୁ, ସାଇନାଙ୍କ ର଼୍ୟାଙ୍କିଙ୍ଗ୍‌ ସ୍ଥିର

ନୂଆଦିଲ୍ଲୀ,୩୧।୭(ପିଟି)- ଦେଶର ଦୁଇ ମହିଳା ସିଙ୍ଗଲ୍ସ ଶଟଲର ପି. ଭି. ସିନ୍ଧୁ ଓ ସାଇନା ନେହ୍ବାଲଙ୍କ ବିଶ୍ୱ ମାନ୍ୟତାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏହା ଦର୍ଶାଇଛି ବିଶ୍ୱ ବ୍ୟାଡ୍‌ମିଣ୍ଟନ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ପକ୍ଷରୁ ବୁଧବାର ପ୍ରକାଶ ପାଇଥିବା ନୂଆ ର଼୍ୟାଙ୍କିଙ୍ଗ୍‌। ନେହ୍ବାଲ ଆହତ ସମସ୍ୟା ଯୋଗୁ କିଛିଦିନ ହେଲା କୋର୍ଟରୁ ଦୂରେଇ ରହିବା ପରେ ଥାଇଲାଣ୍ଡ ଓପନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ସେ ଆହତ ସମସ୍ୟା ଯୋଗୁ ଇଣ୍ଡୋନେସିଆ ଓପନ ଓ ଜାପାନ ଓପନରୁ ଓହରି ଯାଇଥିଲେ। ଚଳିତ ସିଜନରେ ପ୍ରଥମ ଟାଇଟଲ ଅପେକ୍ଷାରେ ଥିବା ସିନ୍ଧୁ ଇଣ୍ଡୋନେସିଆ ଓପନରେ ଉପବିଜେତା ହୋଇ ରହିଥିଲେ। ହାଇଦ୍ରାବାଦୀ ଶଟଲର ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପକୁ ଦୃଷ୍ଟିରେ ରଖି ଥାଇଲାଣ୍ଡ ଓପନରୁ ଓହରି ଯାଇଛନ୍ତି। ଚଳିତ ବର୍ଷ ଦୁଇ ଟାଇଟଲ ଜିତିଥିବା ଜାପାନର ଆକାନେ ୟାମାଗୁଚି ଶୀର୍ଷସ୍ଥାନ ହାତେଇ ନେଇଛନ୍ତି। ସେ ଚାଇନିଜ ତାଇପେର ତାଇ ଜୁ ୟିଙ୍ଗ୍‌ଙ୍କୁ ପଛରେ ପକାଇ ନୂଆ ନଂ୧ ର଼୍ୟାଙ୍କ୍‌ ହୋଇପାରିଛନ୍ତି। ୟାମାଗୁଚିଙ୍କ ସାଥି ନାଜୋମି ଓକୁହାରା ୩ୟ ଓ ଚାଇନାର ଚେନ ୟୁଫେଇ ୪ର୍ଥ ସ୍ଥାନରେ ରହିଛନ୍ତି। ପୁରୁଷ ସିଙ୍ଗଲ୍ସ କେଣ୍ଟୋ ମୋମୋଟା ଶୀର୍ଷ ର଼୍ୟାଙ୍କରେ ନିଜ ସ୍ଥାନକୁ ଦୃଢ଼ୀଭୂତ କରିଛନ୍ତି। ଭାରତର କିଡାମ୍ବି ଶ୍ରୀକାନ୍ତ ୧୦ମ ସ୍ଥାନରେ ରହିଥିବାବେଳେ ସମୀର ବର୍ମା ୧୩ତମ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri