ସିପିଆଇ, ସିପିଏମ୍‌ର ଗଣବିକ୍ଷୋଭ

ଛତ୍ରପୁର,୧୭ା୧୦(ଡି.ଏନ.ଏ.)-ଦେଶରେ ଗଭୀର ଆର୍ଥିକ ସଙ୍କଟ ଓ ଏନେଇ ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟା ପ୍ରତିବାଦରେ ବୁଧବାର ସିପିଆଇ ଓ ସିପିଏମ୍‌ ପକ୍ଷରୁ ମିଳିତ ଭାବେ ବୁଧବାର ଛତ୍ରପୁରସ୍ଥିତ ଲୋଏର ବସ୍‌ଷ୍ଟାଣ୍ଡରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ା ଏଥିସହ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା ା ମୋଦି ସରକାରଙ୍କ ତ୍ରୁଟିପୂର୍ଣ୍ଣ ଆର୍ଥିକ ନୀତି ଯୋଗୁ ଦେଶରେ ମାନ୍ଦାବସ୍ଥା ଦେଖାଦେଇଛି ା ସବୁ କ୍ଷେତ୍ରରେ ମୂଲ୍ୟ ବୃଦ୍ଧି ଘଟିଛି ା ବିମୁଦ୍ରୀକରଣ ଓ ଜିଏସ୍‌ଟି ପାଇଁ ଦେଶ ଅର୍ଥନୀତିର ଏପରି ଅବସ୍ଥା ହୋଇଥିବା କୁହାଯାଇଥିଲା ା ଦେଶରେ ବିଭିନ୍ନ ସ୍ଥାନରେ ବହୁ ଶିଳ୍ପ ବନ୍ଦ ହୋଇଛି। ଫଳରେ ଲକ୍ଷାଧିକ ଶ୍ରମିକ ଛଟେଇ ହେଉଛନ୍ତି। ଚାଷୀ ମଧ୍ୟ ତାର ଫସଲର ଉଚିତ୍‌ ମୂଲ୍ୟ ପାଉନି ଏବଂ ଶେଷରେ ଆମତ୍ହତ୍ୟା କରୁଥିବା ଅଭିଯୋଗ କରାଯାଇଥିଲା। ଏଥିରେ ସିପିଆଇ ଜାତୀୟ କାର୍ଯ୍ୟକାରୀ ସଦସ୍ୟ ରାମକୃଷ୍ଣ ପଣ୍ଡା, ଜିଲା ସମ୍ପାଦକ ପ୍ରକାଶ ପାତ୍ର, ଗୋକୁଳ ପଣ୍ଡା, ସିପିଏମ୍‌ ରାଜ୍ୟ ସାଧାରଣ ସମ୍ପାଦକ ଅଳି କିଶୋର ପଟ୍ଟନାୟକ, ସିପିଏମ୍‌ ନେତା ପି.ହରିକୃଷ୍ଣ ରେଡ୍ଡୀ, ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀ, ରାଜ୍ୟ ଯୁବ ସଂଘ ସମ୍ପାଦକ ପ୍ରଦୀପ ସେଠୀ, ଏନ୍‌.ଗିରିଜା ପ୍ରସାଦ ରେଡ୍ଡୀ, ସିପିଏମ୍‌ ଜିଲା ସମ୍ପାଦକ କୈଳାସ ଷଡଙ୍ଗୀ, ବସନ୍ତ ନନ୍ଦ, ସିପିଆଇର ବୃନ୍ଦାବନ ପଲେଇ, ସଭ୍ୟ ପ୍ରଶାନ୍ତ ପାଟ୍ଟଯୋଶୀ, ଶ୍ରୀହର୍ଷ ରଥ, ଭାନୁମତି ରେଡ୍ଡୀ, ସିପିଏମ୍‌ର ଦିଲୀପ ଛୋଟରାୟଙ୍କ ସମେତ ବହୁ ନେତା ଓ କର୍ମୀ ସାମିଲ ହୋଇଥିଲେ ା ପ୍ରାରମ୍ଭରେ ଅପର ବସ୍‌ଷ୍ଟାଣ୍ଡରୁ ଏକ ଶୋଭାଯାତ୍ରାରେ ବାହାରି ନେତା ଓ କର୍ମୀ ଲୋଏର ବସ୍‌ଷ୍ଟାଣ୍ଡରେ ପହଞ୍ଚିିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri