ସିବିଆଇକୁ ଦିଆଯିବ ଭକ୍ତଙ୍କ ଦସ୍ତଖତପତ୍ର

ପୁରୀ ଅଫିସ,୯।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆରବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡ଼ି ଥିବାରୁ ଆର୍‌ବିଆଇ ଏହି ପଦକ୍ଷେପ ନେଇଛି। ଏଭଳି ସ୍ଥିିିତିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଫେରିବା ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଏହାକୁ ନେଇ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି। ଏଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପରିଚାଳନା କମିଟି ଏବଂ ଗଜପତି ମହାରାଜଙ୍କୁ କାହିଁକି ଆଢୁଆଳରେ ରଖାଯାଇଥିଲା ବୋଲି ଶ୍ରୀଜଗନ୍ନାଥ ଭକ୍ତ ପରିଷଦର ଆବାହକ ସୂର୍ଯ୍ୟ ନାରାୟଣ ରଥ ପ୍ରଶ୍ନ କରିଛନ୍ତି। ଉକ୍ତ ଟଙ୍କାକୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ପରିବର୍ତ୍ତେ ଘରୋଇ ବ୍ୟାଙ୍କରେ ରଖିବା ପଛରେ ନିଶ୍ଚିତ ଭାବେ ମନ୍ଦ ଉଦ୍ଦେଶ୍ୟ ରହିଛି। ପରିଚାଳନା କମିଟି ଓ ଅର୍ଥ ସବ୍‌ କମିଟି ଅଗୋଚରରେ ଏହି ଟଙ୍କା ଏକ ଘରୋଇ ବ୍ୟାଙ୍କରେ ରଖାଯାଇଥିଲା। ଏହି ଘଟଣାର ସିବିଆଇ ତଦନ୍ତ ସହ ସମ୍ପୃକ୍ତ ଅଧିକାରୀମାନଙ୍କୁ ତୁରନ୍ତ ଚାକିରିରୁ ନିଲମ୍ବନ ଓ ଗିରଫ କରାଯିବାକୁ ରଥ ଦାବି କରିଛନ୍ତି। ଏ ନେଇ ୯ତାରିଖଠାରୁ ଭକ୍ତଙ୍କ ଦସ୍ତଖତ ଅଭିଯାନ ଆରମ୍ଭ କରାଯିବ। ୧୦ହଜାରରୁ ଊର୍ଦ୍ଧ୍ୱ ଦସ୍ତଖତ ସମ୍ବଳିତ ଦାବିପତ୍ର ସିବିଆଇକୁ ଦିଆଯିବ। ସେହିପରି ଆଇନମନ୍ତ୍ରୀଙ୍କ ମନ୍ତବ୍ୟ ହାସ୍ୟାସ୍ପଦ ବୋଲି ସେ କହିଛନ୍ତି। ତାଙ୍କୁ ହଟାଯିବାକୁ ସେ ଦାବି କରିଛନ୍ତି। ୟେସ୍‌ ବ୍ୟାଙ୍କରେ ଏତେ ଟଙ୍କା ରଖିବା ପଛରେ ଅଧିକ ସୁଧ ଲୋଭ ନା ଆଉ କିଛି ରହସ୍ୟ ରହିଛି ତାହାର ତଦନ୍ତ ପାଇଁ ରଥ ଏକ ପ୍ରେସ ବିବୃତିରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri