ସିବିଆଇ ଜାଲରେ ସହକାରୀ ପୋଷ୍ଟମାଷ୍ଟର

ଚିତ୍ରଡା,୧୯ା୧୦(ଡି.ଏନ୍‌.ଏ.)- କମିଶନି ଟଙ୍କା କରାଇଦେବାକୁ ଏଜେଣ୍ଟଙ୍କଠାରୁ ଲାଞ୍ଚ ନେବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡା ଉପ ଡାକଘରର ସହକାରୀ ପୋଷ୍ଟମାଷ୍ଟର ଶୁକ୍ରବାର ସିବିଆଇ ହାତରେ ଧରାପଡ଼ିଛନ୍ତି। ଭୁବନେଶ୍ୱରରୁ ଆସିଥିବା ଏକ ୬ ଜଣିଆ ସିବିଆଇ ଟିମ୍‌ ତାଙ୍କୁ ଗିରଫ କରିଛି। ଗିରଫ ସହକାରୀ ପୋଷ୍ଟମାଷ୍ଟର ହେଲେ ସ୍ନେହାଶିଷ ପରିଡା। ତାଙ୍କ ଡାକ ସର୍କଲରେ କାମ କରୁଥିବା ଏଜେଣ୍ଟମାନଙ୍କ କମିଶନି ଟଙ୍କା କରାଇ ଦେବାକୁ ସେ ଲାଞ୍ଚ ନେଉଥିବା ଅଭିଯୋଗ ହେଉଥିଲା। ସା ସମୟରେ ମୋରଡ଼ା ବ୍ଲକ ଅଧୀନ ଧାନସଲା ଗ୍ରାମର ବ୍ରଜ କିଶୋର ମହାନ୍ତଙ୍କଠାରୁ ସେ ୪୦୦୦ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ସିବିଆଇ ଟିମ ଚଢ଼ାଉ କରି ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଥିବା ସିବିଆଇ ଟିମ୍‌ର ଇନ୍ସପେକ୍ଟର ପି. ସି. ସାହୁ କହିଛନ୍ତି। ସିବିଆଇ ଟିମ୍‌ ତାଙ୍କୁ ଗିରଫ କରି ଚିତ୍ରଡା ଫାଣ୍ଡିରେ ପଚରାଉଚରା ଚଳାଇଛି। ଉଲ୍ଲେଖଯୋଗ୍ୟ ଯେ, ବ୍ରଜ କିଶୋରଙ୍କ ସ୍ତ୍ରୀ କଳ୍ପନା ମହାନ୍ତ ଭୋଳାଗଡ଼ିଆ ଅଞ୍ଚଳର ପୋଷ୍ଟାଲ ଏଜେଣ୍ଟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri