Posted inଖେଳ

ସିବିଏସଇ ଜୋନାଲ ସ୍କେଟିଂ: ଓଡ଼ିଶାରୁ ଭାଗନେବେ ୩୫ ସ୍କେଟର

ଭୁବନେଶ୍ୱର, ୧୧।୧୦(କ୍ରୀଡ଼ା ପ୍ରତିନିଧି)- ଛତିଶଗଡ଼ର ରାୟପୁରଠାରେ ସିବିଏସଇ ଜୋନାଲ ସ୍କେଟିଂ ଚାମ୍ପିୟନଶିପ୍‌ ଚଳିତମାସ ୧୨ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶା ରୋଲର ସ୍କେଟିଂ ଆସୋସିଏଶନ (ଓଆରଏସଏ) ସହ ଅନୁବନ୍ଧିତ ବିଭିନ୍ନ ଜିଲା ଏବଂ ସିବିଏସଇ ସ୍କୁଲରୁ ୩୫ ପ୍ରତିଯୋଗୀ ଭାଗ ନେବାପାଇଁ ମନୋନୀତ ହୋଇଛନ୍ତି। ପ୍ରତିଯୋଗୀମାନଙ୍କୁ ଗୁରୁବାର କଳିଙ୍ଗ ଷ୍ଟାଡିୟମ ପରିସରରେ ଆସୋସିଏଶନ ପକ୍ଷରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇ ଉତ୍ସାହିତ କରାଯାଇଛି। ଆଗାମୀ ପ୍ରତିଯୋଗିତାରେ ଓଡ଼ିଶାରୁ ପ୍ରତିନିଧିତ୍ୱ କରିବାକୁ ଯାଉଥିବା ପ୍ରତିଯୋଗୀମାନେ ହେଲେ ଆର୍ଯ୍ୟନ ନାୟକ, ଖୁସି ଅଗ୍ରଓ୍ବାଲ, ଆଦିତ୍ୟ ନାୟକ, ଆର୍ଯ୍ୟନ ସାହୁ, ହ୍ରିଶିତା ନାଗର, ତନୁଶ୍ରୀ ଚୌଧାରୀ, ଆଦର୍ଶ ଜୟସ୍ବାଲ, ଅର୍ମାନ ସୁବୁଦ୍ଧି, ପ୍ରୀତିଶ୍‌ ଆର୍ଯ୍ୟନ, ଆଦିଶ୍ରୀ ପ୍ରିୟଦର୍ଶିନୀ, କୌସ୍ତୁଭ ପଟ୍ଟନାୟକ, ଅନିଶ ତ୍ରିପାଠୀ, କମଲେଶ ସାହୁ, ସୃଷ୍ଟି ଶ’, ଆୟୁଷ୍ମାନ ପାତ୍ରୋଲ, ବି.ପି. ଆର୍ଯ୍ୟନ, ଗୁରଲିନ କୌର, ବଂଶିକା ଟିକ୍‌ମାନି, ନିଭେଶ ବଳ, ଅଂଶୁମାନ ପରମାଣିକ, ଅନିଶ୍‌ ପଟ୍ଟନାୟକ, କୃପା ଦୋଶି, ସ୍ବୟମ ସିଦ୍ଧ ଗିରି, ପ୍ରଭୁ ସମ୍ପତ, ଆରାଧ୍ୟା ମଞ୍ଜରୀ ଦେବୀ, ଅରିନ୍ଦମ ସାମଲ, ପ୍ରତ୍ୟୁଷ ମହାଲିଙ୍ଗ, ଦେବଜିତ ସ୍ବାଇଁ, ପ୍ରତୀକ ଅର୍ନବ, ଲକ୍ଷ ଅଗ୍ରଓ୍ବ୍‌ାଲ, ଭିଭାନ ଟିକ୍‌ମାନି, ସତଭିକ୍‌ ରାୟ ସାମନ୍ତ, ରିୟାନ ମହାନ୍ତି ଓ ପକଲ ଅନୁଷ୍କା। ବିଦାୟକାଳୀନ ସମ୍ବର୍ଦ୍ଧନା ସଭାରେ ଆସୋସିଏଶନର ପୃଷ୍ଠପୋଷକ ଇନ୍ଦ୍ରଜିତ ସିଂ, ସମ୍ପାଦକ ପାର୍ଥସାରଥି ଜେନା, କାର୍ଯ୍ୟକାରିଣୀ ସଦସ୍ୟ ପ୍ରକାଶ ବିଷୋୟୀ, ସୌମଣି ପାତ୍ର, ଅର୍ଚ୍ଚନା ମିଶ୍ର, ସଦସ୍ୟ ରାଜେଶ ପ୍ରଧାନ, ପ୍ରବୀଣ ବିଷୋୟୀ, ସୁଶାନ୍ତ ସାହୁ ଓ ସୌମ୍ୟ ଜୟସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?