Posted inଖେଳ

ସିବିଏସ୍‌ଇ କ୍ଲଷ୍ଟର ଆଥଲେଟିକ୍‌ ଚାମ୍ପିୟନଶିପ୍‌: ଶ୍ରେଷ୍ଠ ପ୍ରଦର୍ଶନ ସହ ଆଂଶିକାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨।୧୦(କ୍ରୀଡ଼ା ପ୍ରତିନିଧି)-ଛତିଶଗଡ଼ର ରାୟପୁରଠାରେ ଅନୁଷ୍ଠିତ ସିବିଏସ୍‌ଇ କ୍ଲଷ୍ଟର ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଆଂଶିକା ରାଉତରାୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୧୭ ବର୍ଷରୁ କମ୍‌ ବାଳିକା ଶଟ୍‌ପୁଟ ଇଭେଣ୍ଟରେ ସେ ଏହି ସଫଳତା ପାଇଛନ୍ତି। ସମ୍ପ୍ରତି ସାଇ ଇଣ୍ଟରନ୍ୟାଶନାଲ ସ୍କୁଲରେ ଅଧ୍ୟୟନରତ ଆଂଶିକା ୧୨.୬୫ ମିଟର ଦୂରକୁ ଶଟ୍‌ପୁଟ୍‌ ଥ୍ରୋ କରିଥିଲେ। ଏହା ଥିଲା ତାଙ୍କର କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ। ପୂର୍ବରୁ ୧୧.୮୪ ମିଟର ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ଥିଲା। ଆଂଶିକାଙ୍କ ମା’ ହେଉଛନ୍ତି ଅଲିମ୍ପିଆନ ଅନୁରାଧା ବିଶ୍ୱାଳ ଏବଂ ପିତା ପରମାନନ୍ଦ ରାଉତରାୟ। ରାୟପୁର ଇଭେଣ୍ଟରେ ଆଂଶିକାଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହି ରୌପ୍ୟ ପଦକ ପାଇଥିଲେ ହ୍ଳାଦିନୀ ସାହୁ। ଛତିଶଗଡ଼ର ଆଦିତ୍ୟବିର୍ଲା ସ୍କୁଲରେ ଅଧ୍ୟୟନରତ ହ୍ଳାଦିନୀ ୯.୯୧ ମିଟର ଦୂରକୁ ଶଟ୍‌ପୁଟ୍‌ ଫିଙ୍ଗିଥିଲେ। ସେହିପରି ପଶ୍ଚିମବଙ୍ଗର ଜି.ଡି. ଗୋଏଙ୍କା ପବ୍ଲିକ୍‌ ସ୍କୁଲ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା କୋମଲ ବଜାଜ ୮.୧୪ ମିଟର ଦୂରକୁ ଶଟ୍‌ପୁଟ୍‌ ଥ୍ରୋ କରି ବ୍ରୋଞ୍ଜ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ…

୧୬ ବର୍ଷ ବୟସରେ ବିବାହ, ଶାଶୁଘରେ ଘରୋଇ ହିଂସାର ଶିକାର…ପୁଅଙ୍କ ମୃତ୍ୟୁ-ଝିଅଙ୍କ ଆତ୍ମହତ୍ୟା; ବେଶ ସଂଘର୍ଷମୟ ଥିଲା ଆଶାଙ୍କ ଜୀବନ

ମୁମ୍ବାଇ:ସଙ୍ଗୀତ ଜଗତର ଆଶା ଭୋସଲେ ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେିଇଛନ୍ତି। ଶନିବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri