ସିବିଏସ୍‌ଇ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲା: ୪ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ସିବିଏସ୍‌ଇକୁ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୧: ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ୪ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ ସିବିଏସ୍‌ଇକୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଦିଆଯାଇଥିବା ରିପ୍ରେଜେଣ୍ଟେଶନ ଉପରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି। ପ୍ରକାଶଥାଉ କି, ସିବିଏସ୍‌ଇ କର୍ତ୍ତୃପକ୍ଷ ଏହି ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ଏକାଥରେ ୨୪ ଗୁଣା ବୃଦ୍ଧି କରିଥିଲେ। ପୂର୍ବରୁ ଥିବା ୫୦ଟଙ୍କା ଫି’ ଚଳିତବର୍ଷ ବୃଦ୍ଧି କରାଯାଇ ୧୨୦୦ ଟଙ୍କା ଧାର୍ଯ୍ୟ ହୋଇଥିଲା। ଏଭଳି ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଏବଂ ବିଚାରପତି କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ସୋମବାର ଅନୁଷ୍ଠିତ ଶୁଣାଣିରେ ଅଭିଭାବକ ସଂଘ ପକ୍ଷରୁ ଦର୍ଶାଯାଇଥିଲା, ସିବିଏସ୍‌ଇ ଚଳିତବର୍ଷ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ଫି’ରେ ଅହେତୁକ ବୃଦ୍ଧି କରିଛି। ପରୀକ୍ଷା ଫି’ ବୃଦ୍ଧିରୁ ଏସ୍‌ସି/ଏସ୍‌ଟି ବର୍ଗର ଛାତ୍ରୀ ବାଦ୍‌ ପଡିନାହାନ୍ତି। ଯେଉଁ ପରୀକ୍ଷା ଫି’ ପୂର୍ବରୁ ୫୦ ଟଙ୍କା ରହିଥିଲା ତାହାକୁ ବୃଦ୍ଧି କରାଯାଇ ୧୨୦୦ଟଙ୍କା ଧାର୍ଯ୍ୟ କରାଯାଇଛି। ସାଧାରଣ ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ଯେଉଁ ପରୀକ୍ଷା ଫି’ ୭୫୦ ଟଙ୍କା ରହିଥିଲା ଚଳିତବର୍ଷ ତାହାକୁ ୧୫ଶହ ଟଙ୍କା କରାଯାଇଛି। ସିବିଏସ୍‌ଇ ପକ୍ଷରୁ ଏଭଳି ଫି’ ଧାର୍ଯ୍ୟ କରାଯାଇ ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କ ଉପରେ ବୋଝ ଲଦି ଦିଆଯାଇଛି। ତେଣୁ ଏଭଳି ବର୍ଦ୍ଧିତ ଫି’କୁ ଅଦାଲତ ରଦ୍ଦ କରାଯିବା ପାଇଁ ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟଙ୍କୁ ପ୍ରାର୍ଥନା କରାଯାଇଥିଲା। ପୂର୍ବରୁ ଅଭିଭାବକ ମହାସଂଘ ପକ୍ଷରୁ ଏ ନେଇ ସିବିଏସ୍‌ଇକୁ ରିପ୍ରେଜେଣ୍ଟେଶନ୍‌ ଦିଆଯାଇଥିଲେ ମଧ୍ୟ କର୍ତ୍ତୃପକ୍ଷ ଏହାକୁ ଗ୍ରହଣ କରି ନ ଥିଲେ। ଫଳରେ ଅଭିଭାବକ ମହାସଂଘ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri