ସିମନବାଡ଼ି ବଜାରରେ ଲୋକେ ମାନୁ ନାହାନ୍ତି ସାମାଜିକ ଦୂରତ୍ୱ: ଅମାନିଆଙ୍କୁ ଅଟକାଇଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି,୨୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ବହୁ ସମୟରେ ଦୋକାନ ବଜାରଗୁଡ଼ିକରେ ଭିଡ଼ ଜମିବା ସହ ସାମାଜିକ ଦୂରତା ପାଳନ ଏବଂ ମାସ୍କ ବ୍ୟବହାର ହେଉ ନ ଥିବା ଦେଖିବାକୁ ମିଳିଛି। ଏ ନେଇ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ଶୁକ୍ରବାର ହଠାତ୍‌ ଚଢ଼ାଉ କରିଛନ୍ତି। ସେ ସିମନବାଡ଼ି ବଜାରରେ ଅମାନିଆ ବାଇକ ଚାଳକଙ୍କୁ ଅଟକାଇବା ସହ କିଛି ଦୋକାନରେ ଭିଡ଼ ଜମିଥିବା ଦେଖିବାକୁ ପାଇଥିଲେ। ଏଣିକି ସାମାଜିକ ଦୂରତ୍ୱ ଅବମାନନା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିବା ସହ ସିମନବାଡ଼ି ବ୍ୟାଙ୍କ ପରିଚାଳକଙ୍କୁ ମଧ୍ୟ ଏହି ଦିଗରେ ଦୃଷ୍ଟି ଦେବାକୁ ଏସ୍‌ଡିପିଓ ବାରିକ ପରାମର୍ଶ ଦେଇଛନ୍ତି। ଏହା ସହ ସାମାଜିକ ଦୁରତ୍ୱ ମାନୁ ନ ଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଏବଂ ନିୟମିତ ପାଟ୍ରୋଲିଂ ଲାଗି ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝିଙ୍କୁ ନର୍ଦ୍ଦେଶ ଦେଇିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?