ସିମୁଳିଆରେ ବିଧାୟକଙ୍କ ଦ୍ୱିତୀୟ ପାଳି ରେକର୍ଡ: ‘ଜଳସେଚନ ଓ ଗମନାଗମନକୁ ଗୁରୁତ୍ୱ ଦେବି’

ଖଇରା/ସିମୁଳିଆ, ୨୪।୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବିଧାନସଭାକୁ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି । ସିମୁଳିଆ ନିର୍ବାଚନ ମଣ୍ଡଳୀରେ କୌଣସି ବିଧାୟକ ପୂର୍ବରୁ କ୍ରମାଗତ ଭାବେ ଦ୍ୱିତୀୟ ଥର ବିଜୟର ସ୍ବାଦ ଚାଖି ନ ଥିଲେ। ନିର୍ବାଚନ ଫଳାଫଳ ଘୋଷଣା ପରେ ଜ୍ୟୋତିପ୍ରକାଶ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି , ନିର୍ବାଚନମଣ୍ଡଳୀ ଅଧୀନ ଖଇରା ଓ ସିମୁଳିଆ ବ୍ଲକରେ ଜଳସେଚନ, ଗମନାଗମନ, ଶିକ୍ଷାକୁ ପ୍ରାଥମିକତା ଦେବା ସହ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରବେ। ତାଙ୍କର ଏହି ବିଜୟ ଲାଗି ସେ ସିମୁଳିଆ ନିର୍ବାଚନ ମଣ୍ଡଳୀବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଉଲ୍ଲେଖନୀୟ ଯେ, ଜ୍ୟୋତିପ୍ରକାଶ ୨୦୧୪ ନିର୍ବାଚନ ଲଢି ତତ୍‌କାଳୀନ କଂଗ୍ରେସ ପ୍ରାର୍ଥୀ ପଦ୍ମଲୋଚନ ପଣ୍ଡାଙ୍କୁ ୭ହଜାର ଭୋଟରେ ପରାସ୍ତ କରିଥିଲେ। ଏଥର ଭାଜପା ପ୍ରାର୍ଥୀ ପଦ୍ମଲୋଚନ ପଣ୍ଡାଙ୍କୁ ସେ ୧୪ହଜାର ୯୫୯ଖଣ୍ଡ ଭୋଟରେ ପରାସ୍ତ କରି ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି । ଗୁରୁବାର ଫଳାଫଳ ପ୍ରକାଶ ପାଇବା ପରେ ଜ୍ୟୋତିପ୍ରକାଶଙ୍କ ସମର୍ଥକମାନେ ରାତି ସାରା ବାଣ ଫୁଟାଇ ଖୁସି ମନାଇଥିଲେ।  ଶୁକ୍ରବାର ସକାଳେ ସେ ବାଲେଶ୍ୱର ପି.ଡି.ଙ୍କ ନିକଟରୁ ବିଧାୟକ ପ୍ରମାଣପତ୍ର ଗ୍ରହଣ କରିଥିଲେ। ପରେ ଉଭୟ ଖଇରା ଓ ସିମୁଳିଆ ବ୍ଳକରୁ ବିଭିନ୍ନ ଶୁଭେଚ୍ଛୁ ସମର୍ଥକ ଆସି ବାସଭବନରେ ତାଙ୍କୁ ଭେଟି ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ପରେ ସମର୍ଥକମାନଙ୍କ ଗହଣରେ ଜ୍ୟୋତି ପ୍ରକାଶ ଶୋଭାଯାତ୍ରା କରି ବିଭିନ୍ନ ଅଞ୍ଚଳ ବୁଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri