Posted inଖେଳ

ସିରିଜ୍‌ କ୍ଲିନ ସୁଇପ ନିକଟତର ଭାରତ

କିଙ୍ଗ୍‌ଷ୍ଟନ,୨।୯: ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳ ସିରିଜ୍‌ କ୍ଲିନ ସୁଇପ କରିବାର ନିକଟତର ହୋଇଛି। ପ୍ରଥମ ଇନିଂସରେ ଭାରତ ୪୧୬ ରନ୍‌ କରିଥିବାବେଳେ ଓ୍ବେଷ୍ଟଇଣ୍ଡିଜ ୧୧୭ ରନ୍‌ରେ ସୀମିତ ରହିଥିଲା। ୨୯୯ ରନ୍‌ର ଅଗ୍ରଣୀ ସତ୍ତ୍ୱେ ଟିମ ଇଣ୍ଡିଆ ଅଧିନାୟକ ଫଲୋଅନ୍‌ ନ ଡାକି ଦ୍ୱିତୀୟ ଇନିଂସ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଦ୍ୱିତୀୟ ଇନିଂସ ଆରମ୍ଭରୁ ଭାରତ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ମାତ୍ର ୫୭ ରନ୍‌ ମଧ୍ୟରେ ଲୋକେଶ ରାହୁଲ (୬), ମୟଙ୍କ ଅଗ୍ରଓ୍ବାଲ (୪), ବିରାଟ କୋହଲି (୦) ଓ ଚେତେଶ୍ୱର ପୂଜାରା(୨୭)ଙ୍କ ଉଇକେଟ ହରାଇଥିଲା। ଏହିଠାରୁ ଅଜିଙ୍କ୍ୟ ରାହାନେ ଓ ପ୍ରଥମ ଇନିଂସରେ ଶତକ ଲଗାଇଥିବା ହନୁମା ବିହାରୀ ୫ମ ଉଇକେଟ ପାଇଁ ୧୧୧ ରନ୍‌ ଯୋଡ଼ିଥିଲେ। ଦଳୀୟ ସ୍କୋର ୪/୧୬୮ ହୋଇଥିବାବେଳେ କୋହଲି ପାଳି ଘୋଷଣା କରିଥିଲେ। ରାହାନେ ୬୪ ଓ ବିହାରୀ ୫୩ ରନ୍‌ କରି ଅପରାଜିତ ଥିଲେ। ଘରୋଇ ଦଳ ପକ୍ଷରୁ କେମାର ରୋଚ ୩ ଉଇକେଟ ଅକ୍ତିଆର କରିଥିଲେ। ଫଳରେ ଓ୍ବେଷ୍ଟଇଣ୍ଡିଜ ଦଳ ଆଗରେ ୪୬୮ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ବିଶାଳ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଇଣ୍ଡିଜ ତୃତୀୟ ଦିବସ ଶେଷ ସୁଦ୍ଧା ୨ ଉଇକେଟ ହରାଇ ୪୫ ରନ୍‌ କରିଛି। ମ୍ୟାଚ୍‌ରେ ଆଉ ଦୁଇ ଦିନ ବାକି ଥିବାବେଳେ ଦଳକୁ ବିଜୟୀ ପାଇଁ ବଳକା ୮ ଉଇକେଟରେ ଆଉ ୪୨୩ ରନ୍‌ ଦରକାର। ଷ୍ଟମ୍ପ ଅପସାରଣ ବେଳକୁ ଡାରେନ ବ୍ରାଭୋ ୧୮ ଓ ଶାମରା ବ୍ରୁକ୍ସ ୪ ରନ୍‌ କରି ଅପରାଜିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri