Posted inଖେଳ

ସିରିଜ ପୂର୍ବରୁ କୋହଲିଙ୍କୁ ଭେଟିଲେ ଅନୁଷ୍କା

ନୂଆଦିଲ୍ଲୀ, ୧।୮- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜ ଖେଳିବା ଲାଗି ଭାରତୀୟ କ୍ରିକେଟ୍‌ ଦଳ ବର୍ତ୍ତମାନ ଆମେରିକା ଗସ୍ତରେ ଯାଇଛି। ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ୨ଟି ମୁକାବିଲା ଆମେରିକାରେ ଅନୁଷ୍ଠିତ ହେବାକୁ ଥିବାରୁ ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଦଳ ବର୍ତ୍ତମାନ ସେଠାରେ ପହଞ୍ଚତ୍ସାରିଛି। ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ଶନିବାର ଫ୍ଲୋରିଡାରେ ଖେଳାଯିବ। ତେବେ ସିରିଜ ଆରମ୍ଭ ହେବା ପୂର୍ବରୁ ଅଧିନାୟକ କୋହଲି ଓ ତାଙ୍କ ଅଭିନେତ୍ରୀ ସ୍ତ୍ରୀ ଅନୁଷ୍କା ଶର୍ମା ଏକାଠି ସାଙ୍ଗମାନଙ୍କ ସହ ମସ୍ତି କରୁଥିବାର ଦେଖିବାକୁ ମିଳିଛି। ଫ୍ଲୋରିଡାର ଏକ ରେଷ୍ଟୁରାଣ୍ଟରେ ଅନୁଷ୍କା ଓ ତାଙ୍କ ସାଙ୍ଗମାନଙ୍କ ସହ କୋହଲି ବସିଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେଠାରେ ଉପସ୍ଥିତ ଥିବା କିଛି ପ୍ରଶଂସକଙ୍କ ସହ ମଧ୍ୟ ଉଭୟ କୋହଲି ଓ ଅନୁଷ୍କା ଫଟୋ ଉଠାଇଛନ୍ତି। ବିଦେଶ ଗସ୍ତ ସମୟରେ ଏହି ଚର୍ଚ୍ଚିତ ଯୋଡ଼ି ଏକାଠି ବୁଲୁଥିବାର ଏହା ପ୍ରଥମ ଘଟଣା ନୁହେଁ। ନିକଟରେ ଶେଷ ହୋଇଥିବା ଆଇସିସି ବିଶ୍ୱକପ୍‌ ସମୟରେ ମଧ୍ୟ ଲଣ୍ଡନରେ କୋହଲିଙ୍କ ସହ ଅନୁଷ୍କାଙ୍କୁ ଦେଖିବାକୁ ମିଳିଥିଲା। ଏହି ଗସ୍ତରେ ଭାରତ ଘରୋଇ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୩ଟି ଲେଖାଏ ଟି୨୦ ଓ ଦିନିକିଆ ସମେତ ୨ଟି ଟେଷ୍ଟ ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି। ଫ୍ଲୋରିଡାରେ ପ୍ରଥମ ଦୁଇଟି ଟି୨୦ ପରେ ଭାରତୀୟ ଦଳ ବଳକା ମ୍ୟାଚ୍‌ ଖେଳିବା ଲାଗି ଓ୍ବେଷ୍ଟଇଣ୍ଡିଜ ଗସ୍ତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri