ସିଲ୍‌ଭର ଗାନ୍ଧୀଙ୍କୁ ସମ୍ବର୍ଦ୍ଧିତ କରିବେ ପ୍ରଧାନମନ୍ତ୍ରୀ

ଭଞ୍ଜନଗର,୨୭।୯(ଡି.ଏନ.ଏ)- ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ବିଶ୍ୱରେ ଶାନ୍ତି ଓ ପ୍ରଗତି ପାଇଁ ଅହିଂସାକୁ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବା ଲକ୍ଷ୍ୟନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଠାରେ ଜନସଚେତନତା ଓ ଦସ୍ତଖତ ଅଭିଯାନ ଗତ ୨୬ ତାରିଖରୁ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାରୁ ଏହି ରଥ ବାହାରିଛି। ୧୦୦ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ରଥଟି ବୁଲିବ। ଗୁରୁବାର ସ୍ଥାନୀୟ ବନ ବିଭାଗ ଡ଼ାକବଙ୍ଗଳାରୁ ଅହିଂସା ରଥ ବାହାରିଥିଲା। ଭଞ୍ଜନଗର ନିର୍ବାଚନମଣ୍ଡଳୀର ଭଞ୍ଜନଗର ସହର, ସାବିତ୍ରୀ ମହିଳା ମହାବିଦ୍ୟାଳୟ, ବଡ଼କୋଦଣ୍ଡା, କୁଲାଡ଼, ତୁରୁମୁ, ତିନିଛକିଆ, ବିଡ଼ିପୁର, ଜଗନ୍ନାଥପ୍ରସାଦ, ପଞ୍ଚଭୂତି ପ୍ରମୁଖ ଅଞ୍ଚଳ ରଥ ପରିକ୍ରମା କରିଥିଲା। ଏହି ସମୟରେ ସଚେତନତା କାର୍ଯ୍ୟକ୍ରମ ଓ ଦସ୍ତଖତ ଅଭିଯାନ ହୋଇଥିଲା। ଆୟୋଜିତ ସଭାରେ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ଼. ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ, କୃତିବାସ ବିଶ୍ୱାଳ, ମହିଳା କଲେଜ ଅଧ୍ୟକ୍ଷା ଶାନ୍ତି କୁମାରୀ ଉପାଧ୍ୟୟ, ବ୍ଲକ ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ, ସାଂସଦ ପ୍ରତିନିଧି ବିପ୍ର ବାରିକ, ବ୍ଲକ ବିଜେଡ଼ି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଆଇନଜୀବୀ ଦିବାକର ନାୟକ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଶୁଳପାଣି ଶତପଥୀ, ପଞ୍ଚାନନ ପାଳ, ପ୍ରମୋଦ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ। ମାଟିଆସାହି, ବରଗଁା, ବାଲାକିଆରୀ ଠାରେ ଅହିଂସା ରଥ ସହ ଆସିଥିବା କଳାକାର ପ୍ରତାପ ମିଶ୍ର, ରବି ସାହୁ, ନୀର ଆଚାର୍ଯ୍ୟ, ଗୁଣ୍ଡ, ସାଇରାମ ଗାନ୍ଧୀ, ଗିରିଜା, ରବି ପଟ୍ଟନାୟକ ପ୍ରମୁଖଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ସିଲଭର ଗାନ୍ଧୀ (ସାଇରାମ) ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲେ। ଆସନ୍ତା ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିଲଭର ଗାନ୍ଧୀଙ୍କୁ ସମ୍ବର୍ଦ୍ଧିତ କରିବେ। ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଆଦର୍ଶ ଓ ଲକ୍ଷ୍ୟ ସହିତ ସ୍ବଚ୍ଛତା ଅଭିଯାନ ସମ୍ପର୍କରେ ଲୋକଙ୍କୁ ସଚେତନତା କରୁଥିବା ଯୋଗୁ ପ୍ରଧାନମନ୍ତ୍ରୀ ମୋତେ ସମ୍ବର୍ଦ୍ଧିତ କରିବେ ବୋଲି ସାଇରାମ ଏଠାରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri