ସିଲ୍‌ ହେଲା ଇଭିଏମ୍‌, ଭିଭିପିଏଟି

ଅନୁଗୋଳ ଅଫିସ, ୩୧।୫- ନିର୍ବାଚନରେ ବ୍ୟବହାର ହୋଇଥିବା ୧୧୬୩ଟି କଣ୍ଟ୍ରୋଲ ୟୁନିଟ୍‌, ୧୧୬୩ ବାଲଟ୍‌ ୟୁନିଟ୍‌ ଓ ୧୧୬୩ଟି ଭିଭିପିଏଟିକୁ ଗୁରୁବାର ସୌଭାଗ୍ୟନଗରସ୍ଥିତ ଗୃହରକ୍ଷୀ କାର୍ଯ୍ୟାଳୟ ପାର୍ଶ୍ୱରେ ନବ ନିର୍ମିତ ସ୍ବତନ୍ତ୍ର ଗୃହରେ ସିଲ୍‌ କରାଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଓ ରାଜନୈତିକ ଦଳର ପ୍ରତିନିଧିଙ୍କ ଉପସ୍ଥିତିରେ ଇଭିଏମ୍‌ ଓ ଭିଭିପିଏଟିକୁ ସିଲ୍‌ କରାଯାଇ ସୁରକ୍ଷିତ ଭାବେ ରଖାଯାଇଥିଲା। ସୁରକ୍ଷା ପାଇଁ ୧୨ଟି କୋଠରିର ବିଦ୍ୟୁତ ସଂଯୋଗ କଟାଯିବା ସହ ସୁରକ୍ଷାକର୍ମୀ ମୁତୟନ କରାଯାଇଛି। ବୁଧବାର ଜିଲାପାଳ ମନୋଜ କୁମାର ମହାନ୍ତି ୭ଟି ଗୃହର ସିଲ୍‌ କାର୍ଯ୍ୟକୁ ତଦାରଖ କରିଥିବାବେଳେ ଗୁରୁବାର ଅତିରିକ୍ତ ଜିଲାପାଳ ଓ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅବଶିଷ୍ଟ ୫ଟି କୋଠରିର ସିଲ୍‌ କାର୍ଯ୍ୟ ତଦାରଖ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ବୈତୁରା ଦୀପ୍‌, ଡେପୁଟି କଲେକ୍ଟର (ନିର୍ବାଚନ) ଲମ୍ବୋଦର ମାରାଣ୍ଡି, ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନର ଡିପିଓ ପ୍ରଦୋଷ କୁମାର ଶତପଥୀ, ବିଜୁ ଜନତା ଦଳର ପ୍ରିୟଦର୍ଶୀ ପଟ୍ଟନାୟକ ଓ ବହୁଜନ ସମାଜ ପାର୍ଟିର କୁମୁଦ ଚନ୍ଦ୍ର ନାୟକଙ୍କ ସମେତ ସୁରକ୍ଷା କର୍ମୀମାନେ ଉପସ୍ଥିତ ଥିଲେ। ୨ ଏକର ୩୦ ଡେସିମିଲ୍‌ ଜାଗାରେ ନିର୍ମିତ ଏହି ଷ୍ଟ୍ରଙ୍ଗରୁମ୍‌ ପାଇଁ ନିର୍ବାଚନ କମିଶନ ୩ କୋଟି ୨୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଆସନ୍ତା ନିର୍ବାଚନ ସମୟରେ ଏହି ସ୍ଥାନରେ ଷ୍ଟ୍ରଙ୍ଗରୁମ୍‌ ସହ ଭୋଟ ଗଣନା କେନ୍ଦ୍ର ପ୍ରତିଷ୍ଠା କରାଯିବାର ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri