ଖଜୁରିପଡା,୯ା୪(ଡି.ଏନ.ଏ.)- ଫୁଲବାଣୀରୁ ବୌଦ୍ଧ ଜିଲାକୁ ସଂଯୋଗ ଜାତୀୟ ରାଜପଥ କଡ଼ ଠାରୁ ରାଣୀପଥର ଗ୍ରାମ ଦେଇ ଭାଲିଆପଡା ଅରାପାଜୁକୁ ସଂଯୋଗ ହୋଇଥିବା ବନବିଭାଗ ରାସ୍ତା ଗୁରୁବାର ସିଲ୍ କରାଯାଇଛି। ଲକ୍ଡାଉନ ପରେ ଆସି ବଲାଙ୍ଗୀର ଓ ରେଢ଼ାଖୋଲରେ ଅଟକି ରହିଥିବା ଶ୍ରମିକ ଚାଲି ଚାଲି ଆସି ଚାରିଛକ ଓ ରାଣୀପଥରରେ ପହଞ୍ଚୁଛନ୍ତି। ସମ୍ପର୍କୀୟଙ୍କୁ ଫୋନ୍ କରି ଡକାଇ ସେଠାରୁ ଗାଡିମୋଟର ଯୋଗେ ଗଁାକୁ ଯାଉଛନ୍ତି। ଫଳରେ ଏହି ରାସ୍ତାରେ ଗ୍ରାମବାସୀ ବାଡ଼ ପକାଇ ଦେଇଥିଲେ। କିନ୍ତୁ ବନବିଭାଗ ଚାପ ପକାଇବା ପରେ ଗ୍ରାମବାସୀ ବାଧ୍ୟହୋଇ ବାଡ ଭାଙ୍ଗିବା ସହ ଜିଲାପାଳଙ୍କୁ ଜଣାଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଖଜୁରିପଡା ତହସିଲଦାର ସ୍ବପ୍ନିତା ନାୟକ ଆର୍ଆଇ ସୁନୀଲ ଦିଗାଲଙ୍କୁ ପଠାଇ ତଦନ୍ତ କରି ରିପୋର୍ଟ ଦେଇଥିଲେ। ଏସ୍ଡ଼ିପିଓ ମହେନ୍ଦ୍ରନାଥ ମୁର୍ମୁ, ସଦର ଥାନା ଅଧିକାରୀ ଆଦିତ୍ୟ ସେଠୀ ସୁଡ୍ରୁକୁମ୍ପା ଫାଣ୍ଡି ଅଧିକାରୀ ବସନ୍ତ କୁମାର ବେହେରା ପ୍ରମୁଖ ରାଣୀପଥରରେ ପହଞ୍ଚତ୍ ଗୁରୁବାର ଉକ୍ତ ରାସ୍ତାକୁ ସିଲ୍ କରି ୨ ଜଣ ହୋମ୍ଗାର୍ଡଙ୍କୁ ନିଯୁକ୍ତ କରିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ
ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…
ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!
ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…
ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର
ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…
ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
Archives

