ଫୁଲବାଣୀ ଅଫିସ,୧ା୧୨- ଟିକାବାଲି ବ୍ଲକ ଛତିଝର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହଷ୍ଟେଲରେ ରହି ପଢ଼ୁଥିବା ଜଣେ ଛାତ୍ର ସିସିଏ(କୁକ୍ କମ୍ ଆଟେଣ୍ଡାଣ୍ଟ)ଙ୍କ ମାଡରେ ଆହତ ହୋଇଛନ୍ତି। ଘଟଣାକୁ ୩ଦିନ ବିତିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ କାର୍ଯ୍ୟାନୁଷ୍ଠାନ ନେଇନାହାନ୍ତି। ସୂଚନା ଅନୁଯାୟୀ, ସ୍କୁଲରେ ସିସିଏ ଭାବେ କାର୍ଯ୍ୟ କରୁଥିବା ସୁଜାତା ନାୟକ ଛାତ୍ର ଜଣଙ୍କୁ କାହିଁକି ଖେଳୁଛୁ ବୋଲି କହି ବାଡ଼ିରେ ପିଟିଥିଲେ ା ତାଙ୍କ ବାମ ହାତରେ ଆଘାତ ଲାଗିଥିଲା। ଯନ୍ତ୍ରଣା ହେବାରୁ ତାଙ୍କୁ ମେଡିକାଲ ନିଆଯାଇ ଏକ୍ସରେ କରାଯାଇଥିଲା। ହାଡ ଭାଙ୍ଗି ନ ଥିବା ଜଣାପଡିବା ପରେ ଡାକ୍ତର ଔଷଧ ଦେଇଥିଲେ। ଏନେଇ ପ୍ରଧାନଶିକ୍ଷୟିତ୍ରୀ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ନାହାନ୍ତି। ଆମେ ପିଲାକୁ ଉପଯୁକ୍ତ ଚିକିତ୍ସା ସେବା ଦେଇଛୁ ା ପିଲାକୁ ମାଡ ହୋଇନାହିଁ ା ସେ ପଡି ଯାଇଛି ବୋଲି ପ୍ରଥମେ କହିବା ପରେ ଶେଷରେ ମାଡ ମରା ଯାଇଥିବା କଥା ପ୍ରଧାନଶିକ୍ଷୟିତ୍ରୀ ସୁପ୍ରଭା ପାତ୍ର ସ୍ବୀକାର କରିଛନ୍ତି। ଜିଲା ଶିକ୍ଷାଧିକାରୀ ବିକାଶ ପ୍ରଧାନଙ୍କୁ ପଚାରିବାରୁ ଯଦି ସେପରି କିଛି ହୋଇଛି ତାହାଲେ ବ୍ଲକ ଶିକ୍ଷାଧିକାରୀଙ୍କୁ କହିବି ବୋଲି କହିଛନ୍ତି ା
ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ
ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…
ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ
ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…
ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ
ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…
ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି
ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…
ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…
ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…
ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…
ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …
ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…
ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…
ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ
ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…
Archives

