ସିସି କ୍ୟାମେରା ଲଗାଇବାରେ ବିଳମ୍ବ

ଛତ୍ରପୁର,୩୧ା୧୦(ଡି.ଏନ.ଏ)-ଗଞ୍ଜାମ ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ବୁଧବାର ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା ଛତ୍ରପୁର ନୂଆ ବସଷ୍ଟାଣ୍ଡ ସମ୍ମୁଖ ଜାତୀୟ ରାଜପଥରେ ଅଣ୍ଡରପାସ୍‌ ନିର୍ମାଣ ପାଇଁ ଜିଲାପାଳ ପୂର୍ବରୁ ଏନ୍‌ଏଚଏଆଇ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଥିଲେ ା ମାତ୍ର ଏହା ଉପରେ କୌଣସି ପଦକ୍ଷେପ ନିଆଯାଇ ନ ଥିବା ବୈଠକରେ ହୋଇଥିବା ଆଲୋଚନାରୁ ଜଣାପଡ଼ିଛି। ପୁଣି ଏନ୍‌ଏଚଏଆଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିବାକୁ ଜିଲାପାଳ ବୈଠକରେ ଆରଟିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବ୍ରହ୍ମପୁର ହଳଦିଆପଦର ନିକଟରେ ଏନ୍‌ଏଚ୍‌ ଉପରେ ଫ୍ଲାଇଓଭର ନିର୍ମାଣ ଉପରେ ଆଲୋଚନା ହୋଇଥିଲା ା ହୁମ୍ମା ଶୁଖୁଆ ହାଟ ସମ୍ମୁଖ ଜାତୀୟ ରାଜପଥରେ ଅଣ୍ଡରପାସ୍‌ ନିର୍ମାଣ ପାଇଁ ପ୍ରସ୍ତାବ ଥିବା ସୂଚନା ଦିଆଯାଇଛି। ଏନ୍‌ଏଚ୍‌ରେ ସିସି କ୍ୟାମେରା ଲଗାଇବାକୁ ଗତ ବୈଠକରେ ନିର୍ଦ୍ଦେଶ ଦିଆଯାଇଥିଲା ା ଏହା ମଧ୍ୟ କାର୍ଯ୍ୟକାରୀ ହୋଇନି ା ଏ ନେଇ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଉଦ୍‌ବେଗ ପ୍ରକାଶ କରିବା ସହ କେବେ ଏହା ଲାଗିବ ଜଣାଇବାକୁ ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ ପ୍ରଶ୍ନ କରିଥିଲେ ା ୨ ମାସ ମଧ୍ୟରେ ଇଚ୍ଛାପୁରଠାରୁ ପୁଇଁତଳା ପର୍ଯ୍ୟନ୍ତ ୬୦ କି.ମି. ଏନଏଚ୍‌ରେ ସିସି କ୍ୟାମେରା ଲାଗିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଥିଲେ। ଏହାର କଣ୍ଟ୍ରୋଲ ରୁମ୍‌ ଇଚ୍ଛାପୁରରେ ରହିବ ବୋଲି କୁହାଯିବାରୁ ଜିଲାପାଳ ଓ ଏସ୍‌ପି ନାପସନ୍ଦ କରିଥିଲେ। ଛତ୍ରପୁର ଆର୍‌ଟିଓ ଅଫିସ ଓ ହଳଦିଆପଦର ନୂଆବସଷ୍ଟାଣ୍ଡରେ କଣ୍ଟ୍ରୋଲ ରୁମ୍‌ ସ୍ଥାପନ କରିବାକୁ ସେମାନେ କହିଥିଲେ ା ବିନା ଲାଇସେନ୍ସରେ ଟ୍ରକ୍‌ ଚଳାଉଥିବା ଏବଂ କେତେକ ଗାଡିର ନମ୍ବର ପ୍ଲେଟ୍‌ ନଥିବା ସମ୍ପର୍କରେ ଟ୍ରାକିଂ କରି ଆପ୍‌ ଦ୍ୱାରା ଜଣାପଡିଛି। ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ା ଏନଏଚ୍‌ରେ ଅବାଧରେ ବୁଲୁଥିବା ଗୋରୁଙ୍କୁ ଧରି ଗୋପାଳକମାନଙ୍କୁ ଦେବାକୁ ଏନଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି ା ସେହିପରି ବସ ଛାତ ଉପରେ ଯାତ୍ରୀ ପରିବହନ ଏବଂ ଅତ୍ୟଧିକ ଯାତ୍ରୀ ପରିବହନ କରାଗଲେ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଭଞ୍ଜନଗର ଉପଜିଲାପାଳ, ଆରଟିଓ ସଞ୍ଜୟ ବିଶ୍ୱାଳଙ୍କ ସମେତ ଏନ୍‌ଏଚ୍‌ଏଆଇ ଅଧିକାରୀ, ରାସ୍ତା ଓ କୋଠାବାଡି, ଗ୍ରାମ୍ୟ ଉନ୍ନୟନ ନିର୍ବାହୀଯନ୍ତ୍ରୀ, ଟ୍ରକ୍‌ ଓ ବସ୍‌ ମାଲିକ ସଂଘର କର୍ମକର୍ତ୍ତା, କମିଟି ସଦସ୍ୟ ଅନିଲ ପାଢୀ ଓ ବସନ୍ତ ମହାରଣାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri