Posted inଜାତୀୟ

ସିସୋଡିଆଙ୍କ ଜାମିନକୁ ବିରୋଧ କରୁଛି ସିବିଆଇ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି(ଏଏପି) ନେତା ମନୀଷ ସିସୋଡିଆଙ୍କ ଜାମିନ ଉପରେ ଶୁଣାଣି ଚାଲିଛି। ଏହି ସମୟରେ କେନ୍ଦ୍ରୀୟ ତଦନ୍ତ ଏଜେନ୍ସି (ସିବିଆଇ) ଦିଲ୍ଲୀ ହାଇକୋର୍ଟରେ ସିସୋଡିଆଙ୍କ ଜାମିନ ଆବେଦନକୁ ବିରୋଧ କରିଛି। କୋର୍ଟରେ ସିବିଆଇ ପକ୍ଷରୁ ଏଏସ୍‌ଜି ଏସ.ବି ରାଜୁ କହିଛନ୍ତି, ଯଦି ମନୀଷ ସିସୋଡିଆଙ୍କୁ ଜାମିନ ଦିଆଯାଏ, ତେବେ ସେ ପ୍ରମାଣ ଏବଂ ସାକ୍ଷୀମାନଙ୍କୁ ପ୍ରଭାବିତ କରିପାରନ୍ତି।

ସିବିଆଇ କହିଛି, ଦିଲ୍ଲୀ ଏକ୍ସାଇଜ ପଲିସି ସ୍କାମକୁ ଅତି ବ୍ୟବସ୍ଥିତ ଏବଂ ଚତୁର ଢଙ୍ଗରେ କାର୍ଯ୍ୟକାରୀ କରାଯାଇଥିଲା। ମନୀଷ ସିସୋଡିଆଙ୍କ ସହ ବିଜୟ ନାୟାର ମୁଖ୍ୟ ଷଡଯନ୍ତ୍ରକାରୀ। ଏହି ମାମଲାରେ ମଙ୍ଗଳବାର ନିମ୍ନ ଅଦାଲତରେ ଚାର୍ଜସିଟ ଦାଖଲ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ମନୀଷ ସିସୋଡିଆ ଏବଂ ବିଜୟ ନାୟାର ଅତି ଘନିଷ୍ଠ ଥିଲେ। ବିଜୟ ନାୟାର ଆମ ଆଦମୀ ପାର୍ଟିର ଗଣମାଧ୍ୟମ ପ୍ରଭାରୀ ଥିଲେ, ଏବଂ ପାର୍ଟି ବୈଠକରେ ସାମିଲ ହେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri